www.samajalive.in
Monday, December 15, 2025
16.1 C
Bhubaneswar

ଓଡ଼ିଶାରେ ଅମିତ ଶାହା

ଭୁବନେଶ୍ବର : କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିଛନ୍ତି। ସ୍ବତନ୍ତ୍ର ବିମାନ ଯୋଗେ ମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ଶ୍ରୀ ଶାହାଙ୍କୁ ବିମାନ ବନ୍ଦରରେ ବହୁ ବିଜେପି ନେତୃବୃନ୍ଦ ସ୍ବାଗତ କରିଥିଲେ। ସେଠାରେ ଶ୍ରୀ ଶାହାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ସୋମବାର ସକାଳେ ଅର୍ଥାତ ଆଜି ଶ୍ରୀ ଶାହା ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ କଟକ ଗସ୍ତରେ ଯାଇ ଓଡିଆ ବଜାରସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୁର୍ତିରେ ମାଲ୍ୟାର୍ପଣ କରିବେ । ଶ୍ରୀ ଶାହ କଟକ ଇଣ୍ଡୋର ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ପ୍ରଜାତନ୍ତ୍ର’ର ୭୫ ତମ ବାର୍ଷିକ ଉତ୍ସବ ‘ପ୍ରଜାତନ୍ତ୍ରର ଅମୃତ ଉତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହାଙ୍କୁ ଫୁଲନଖରା, ଲିଙ୍କରୋଡ, ନିଶାମଣି ପଣ୍ଡପ, ପାଲା ମଣ୍ଡପ, ବାଦାମବାଡି, ଦୋଳମୁଣ୍ଡାଇ, ହରିପୁର ଓ ସେମିନାର ଛକ, ଦରଘାବଜାର ଛକରେ ବିଜେପି କାର୍ଯ୍ୟକର୍ତାଙ୍କ ଦ୍ୱାରା ସ୍ୱାଗତ କରାଯିବ ବୋଲି ଜଣାପଡ଼ିଛି।

- Advertisement -

ଆଜି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେବି କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ। ଅପରାହ୍ନ ୫ଟାରେ ‘ମୋଦି @ ୨୦’ ପୁସ୍ତକର ବୁକ୍‍ ରିଡିଂ କାର୍ଯ୍ୟକ୍ରମରେ ଯୋଗଦେଇ ସଂଧ୍ୟାରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories