www.samajalive.in
Monday, December 8, 2025
24.1 C
Bhubaneswar

ତେଲେଙ୍ଗାନାରେ କଂଗ୍ରେସକୁ ଝଟ୍‌କା: ଇସ୍ତଫା ଦେଲେ ବିଧାୟକ କୋମାତିରେଡ୍ଡୀ, ବିଜେପିରେ ହେବେ ସାମିଲ

ହାଇଦ୍ରାବାଦ: ଅନେକ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସକୁ ତେଲେଙ୍ଗାନାରେ ମଧ୍ୟ ଝଟ୍‌କା ଲାଗିଛି। ଦଳର ବିଧାୟକ କୋମାତିରେଡ୍ଡୀ ରାଜଗୋପାଲ ରେଡ୍ଡୀ ସୋମବାର ପଦ ଓ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଖୁବ ଶୀଘ୍ର ବିଜେପିରେ ଯୋଗଦେବେ ବୋଲି କୁହାଯାଉଛି। ତେଲେଙ୍ଗାନା ବିଧାନସଭା ବାଚସ୍ପତି ପୋଚାରାମ ଶ୍ରୀନିବାସ ରେଡ୍ଡୀଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ସେ ଅଗଷ୍ଟ ୩ ତାରିଖରେ କଂଗ୍ରେସ ଦଳ ଓ ବିଧାୟକ ପଦରୁ ଇସ୍ତଫା ଘୋଷଣା କରିଥିଲେ। ଏହାପରେ ରେଡ୍ଡୀ କହିଥିଲେ ଯେ, ସେ ଅଗଷ୍ଟ ୨୧ରେ ବିଜେପିରେ ସାମିଲ ହେବେ।

ଦୁଇ ଦିନ ପୂର୍ବରୁ ରେଡ୍ଡୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ସାକ୍ଷାତ କରିଥିଲେ। ଏହାପରେ ସେ ବିଜେପିରେ ଯୋଗଦେବେ ବୋଲି କହିଥିଲେ। ତାଙ୍କ ସହ ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ବିବେକ ଭେଙ୍କଟସ୍ବାମୀ ମଧ୍ୟ ଉପସ୍ଥିତ ଥିଲେ। ସେ କହିଥିଲେ ଯେ, ସେ ଅଗଷ୍ଟ ୮ରେ ବାଚସ୍ପତି ରେଡ୍ଡୀଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିବେ। ଆହୁରି ମଧ୍ୟ କହିଥିଲେ ଯେ, କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ହିଁ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆରଏସ)ର ଅରାଜକ ଶାସନକୁ ଶେଷ କରିପାରିବେ।

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories