www.samajalive.in
Wednesday, December 10, 2025
16.1 C
Bhubaneswar

ବ୍ଲକ ସ୍ତରୀୟ ବିଜ୍ଞାନ ଭିତ୍ତିକ ନାଟକ ପ୍ରତିଯୋଗିତା, ବାଙ୍କୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶ୍ରେଷ୍ଠ

ବାଙ୍କୀ: ବାଙ୍କୀ-ଡମପଡା ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପରିଚାଳନାରେ ଡମପଡା ବ୍ଲକ ସ୍ତରୀୟ ବିଜ୍ଞାନ ଭିତ୍ତିକ ନାଟକ ପ୍ରତିଯୋଗିତା ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ ପରିସରରେ ସଞ୍ଚାଳିତ ପ୍ରତିଯୋଗିତାରେ ତୂଳସୀପୁର ହାଇସ୍କୁଲ,ବାଙ୍କୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ, ଗୟଳବାଙ୍କ ହାଇସ୍କୁଲ, କରବର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଶିମିଳିପୁର ହରିରାଜପୁର ଆଞ୍ଚଳିକ ବିଦ୍ୟାପୀଠ ପ୍ରମୁଖ ୬ଟି ବିଦ୍ୟାଳୟର ପ୍ରତିଯୋଗୀମାନେ ଗୋଷ୍ଠୀଗତ ଭାବରେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ବ୍ଲକ ଶିକ୍ଷାଧିକାରୀ ନରେନ୍ଦ୍ର ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସଞ୍ଚାଳିତ କାର୍ଯ୍ୟକ୍ରମକୁ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅଶୋକ କୁମାର ପଟ୍ଟନାୟକ ଏବଂ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କାହ୍ନୁଚରଣ ସାହୁ ପରିଚାଳନା କରିଥିଲେ। ପ୍ରତିଯୋଗିତାରେ ବାଙ୍କୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶ୍ରେଷ୍ଠ ସ୍ଥାନ ଅଧିକାର କରି ଜିଊା ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି। ସବୁଜ ଶକ୍ତି ଶୀର୍ଷକ ବିଜ୍ଞାନ ଭିତ୍ତିକ ବିଷୟ ଉପରେ ବିଦ୍ୟାର୍ଥି ମାନେ ପରିବେଷଣ କରିଥିଲେ। ବିଚାରକ ଭାବରେ ଫକୀର ଚରଣ ମିଶ୍ର,ପ୍ରଶାନ୍ତ ମଲ୍ଲିକ ଓ ମଞ୍ଜୁଲତା ସୁବୁଦ୍ଧି କାର୍ଯ୍ୟ ନିର୍ବାହ କରିଥିଲେ।

Hot this week

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

Related Articles

Popular Categories