www.samajalive.in
Saturday, December 13, 2025
18.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ, ୨୦ ହଜାର ଜରିମାନା

ଫୁଲବାଣୀ: କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଂଚଳର ଏକ ନାବାଳିକାକୁ ଦୁଷ୍କର୍ମ ମାମଲାର ଶୁଣାଣୀ କରି ଫୁଲବାଣୀ ସ୍ୱତନ୍ତ୍ର ପୋକସୋ କୋର୍ଟ ଅଭିଯୁ୍କ୍ତକୁ ୨୦ ବର୍ଷ ଜେଲ ଦଣ୍ଡ ଶୁଣାଇବା ସହିତ ୨୦ ହଜାର ଟଙ୍କାର ଜରିମାନା କରାଯାଇଛି। ଜରିମାନା ଅନାଦେୟ ଦୋଷୀକୁ ଆଉ ଏକ ବର୍ଷ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଜି.ଉଦୟଗିରି ଥାନା ଅଞ୍ଚଳର ଜିତେନ୍ଦ୍ର କୁମାର ଦିଗାଲ(୪୬)। ଗତ ୨୦୧୯ ଏପ୍ରିଲ ୪ ତାରିଖ ଦିନ ଜନୈକା ନାବାଳିକା ଘରେ ଏକୁଟଆ ଥିବା ବେଳେ ଅଭିଯୁକ୍ତ ନାବାଳିକାଙ୍କ ଘରକୁ ଯାଇ ନାବାଳିକାକୁ ରୁଟି ଖାଇବା ପାଇଁ ଦେଇଥିଲା। ଏହା ଖାଇବା ପରେ ପିଡିତା ନାବାଳିକା ମୁଣ୍ଡ ବୁଲାଇ ହେବାରୁ ସେ ଶୋଇ ପଡିଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜିତେନ୍ଦ୍ର ନାବାଳିକାକୁ ଗାଁ ପାଖ ଶ୍ମଶାନକୁ ନେଇ ସେଠାରେ ଦୁଷ୍କର୍ମ କରିବା ପରେ ସେଠାରୁ ସେଠାରୁ ଫେରାର ହୋଇ ଯାଇଥିଲା। ଘର ଲୋକେ ଝିଅକୁ ଖୋଜାଖୋଜି କରିବା ପରେ ମଶାଣିରୁ ତାକୁ ଉଦ୍ଧାର କରିଥିଲେ। ପିଡିତାଙ୍କ ବଡ ଭାଇ ଏ ନେଇ ଜି.ଉଦୟଗିରି ଥାନାରେ ଏତଲା ଦେବାରେ ପୁଲିସ କେସ ନଂ ୫୨ା୧୯ରେ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା।

 

- Advertisement -

ଆଜି ଏହି ମାମଲାର ବିଚାର କରି ସ୍ୱତନ୍ତ୍ର ପୋକସୋ କୋର୍ଟ ବିଚାରପତି ତଥା ଅତିରିକ୍ତ ଜିଲା ଜଜ୍ ସଂଜିତ କୁମାର ବେହେରା ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିିପି ଅସୀମ କୁମାର ପ୍ରହରାଜ ପରିଚାଳନା କରୁଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories