www.samajalive.in
Sunday, December 14, 2025
23.1 C
Bhubaneswar

ଆଜି ପ୍ରବଳ ବର୍ଷିବ; ୪ଜିଲ୍ଲାକୁ ରେଡ୍‌ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ପ୍ରଭାବ ଯୋଗୁ ବର୍ଷା ଜାରି ରହିଛି । ଆଜି ୪ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।  ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ବିଭାଗ । ଏଥିସହିତ ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପଣିପାଗ ବିଭାଗ । ଆଜି ରାଜ୍ୟର ଗୋଟିଏରୁ ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଏଥିସହିତ ସମୁଦ୍ର ଅଶାନ୍ତ ରହିବ ବୋଲି କହିଛି ବିଭାଗ । ତେଣୁ ୧୧ ତାରିଖ ଯାଏ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀ ମାନଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ବରଗଡ଼, ସମ୍ବଲପୁର, ଅନୁଗୋଳ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ଓ କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ଆକଳନ କରି ଲାଲ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ସୋନପୁର, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଓ ଜଗତସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନାକୁ ଦେଖି କମଳା ରଙ୍ଗର ସତର୍କ ସୂଚନା ଜାରି କରାଯାଇଛି। ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଜପତି, ଗଞ୍ଜାମ, କୋରାପୁଟ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ନୟାଗଡ଼, ପୁରୀ ଓ ରାୟଗଡ଼ା ଲାଗି ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।

- Advertisement -

ତେବେ ୧୧ ତାରିଖ ଆଡ଼କୁ ବର୍ଷା କମିବା ସମ୍ଭାବନା ରହିଛି। ତଥାପି ଜଗତସିଂହପୁର, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ମୟୁରଭଞ୍ଜ, ବାଲେଶ୍ବର ଓ ବରଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ସୋନପୁର, ବଲାଙ୍ଗିର, ବୌଦ୍ଦ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଜଗତସିଂହପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କାର୍ଯ୍ୟାଳୟ ସୂଚନାରୁ ପ୍ରକାଶ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories