www.samajalive.in
Saturday, December 6, 2025
26.1 C
Bhubaneswar

ବର୍ଷା ପାଇଁ ବିଭିନ୍ନ ଜିଲାକୁ ସତର୍କ ସୂଚନା

କଟକ : ବାତ୍ୟା ତିତ୍‍ଲି ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ଠାରୁ ଲଗାଣ ବର୍ଷା ଲାଗି ରହିଛି। ରାଜଧାନୀ ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିରହିଥିବା ବେଳେ କଟକରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଉଭୟ ସହରର ବିଭିନ୍ନ ଅଞ୍ଚଳରେ ପାଣି ଜମିରହିଛି।
ବଜ୍ରପାତ ଓ ଝଡ଼ ତୋଫାନକୁ ନେଇ ୧୫ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଶୁକ୍ରବାର ଦିନ ୧୧ଟା ୪୫ ପର୍ଯ୍ୟନ୍ତ ସର୍ତକ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲା ଗୁଡ଼ିକ ହେଉଛି – ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର , କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ , ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼। ଏହି ସମୟରେ ଘରୁ ନବାହାରିବା ସହ ସତର୍କ ରହିବାକୁ ପରାର୍ମଶ ଦିଆଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories