www.samajalive.in
Sunday, December 7, 2025
26.1 C
Bhubaneswar

ଆଠଗଡ଼ ନିର୍ବାଚନ ମଣ୍ଡଳୀରେ କ୍ରାନ୍ତି ଦିବସ ପାଳିତ

ଚୌଦ୍ୱାର: ଆଠଗଡ଼ ନିର୍ବାଚନ ମଣ୍ଡଳୀ ଟାଙ୍ଗୀ-ଚୌଦ୍ୱାର ବ୍ଲକ ପାଞ୍ଚ ପଂଚାୟତରେ ଅଗଷ୍ଟ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଶଙ୍କରପୁର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୃତ୍ତୀ ଠାରୁ ଏକ ସାଇକେଲ ଶୋଭାଯାତ୍ରା ବାହାରି ବ୍ରହ୍ମପୁର ଠାରେ ଶେଷ ହୋଇଥିଲା। ଦେଶପ୍ରୀତିର ସଂଗୀତ ସହିତ ବିଭିନ୍ନ ଶ୍ଳୋଗାନ ଦେଇ ଗ୍ରାମ ପରିକ୍ରମା କରାଯାଇଥିଲା। ମନ୍ତ୍ରୀଙ୍କ ପ୍ରତିନିଧି ସେକ୍‍ ସାହାଜାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ ବିଶ୍ୱଜିତ ପ୍ରଧାନ, ସରପଂଚ ପ୍ରମୋଦିନୀ ଖଟୁଆ,ପୁର୍ବତନ ଜିଲ୍ଲା ପରିଷଦ ମଧୁସ୍ମିତା ସେଠୀ,ରଞ୍ଜିତ ରାଉତ,ସୁଜାତା ରାଉତ,ବିଦ୍ୟାଧର ରାଉତ,ରବୀନ୍ଦ୍ର ସାହୁ,ଅଶୋକ ପରିଡ଼ା,ସରୋଜ ଖଟୁଆ,ରମେଶ ହାତୀଙ୍କ ସମେତ ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଦସ୍ୟ ମାନେ ଯୋଗ ଦେଇଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories