www.samajalive.in
Wednesday, December 10, 2025
15.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ ! ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର : ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସୁଦୃଶଃ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଶନିବାର ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ଆସନ୍ତାକାଲି (ରବିବାର) ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବା  ସହିତ ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରାଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।

- Advertisement -

ଲଘୁଚାପ ପ୍ରଭାବରେ  ଓଡିଶା ଉପକୂଳ ଏବଂ ତାର ଆଖ-ପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏଁ ରହିବା ସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ, ମତ୍ସ୍ୟଜୀବୀଙ୍କୁ ୧୫ ଯାଏଁ ସମୁଦ୍ରକୁ ଯିବାକୁ ମନା କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories