www.samajalive.in
Thursday, December 11, 2025
16.1 C
Bhubaneswar

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ, ରେଡ୍‌ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ତେବେ ରବିବାର ଓ ସୋମବାର ରାଜ୍ୟର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ଅର୍ଥାତ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୨୦ ସେମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ତେଣୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲାଗୁଡ଼ିକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସମ୍ୱଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାଗୁଡ଼ିକରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହଛି। ଏସବୁ ଜିଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ୍‌ ଜିଲାରେ ମଧ୍ୟ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅକସ୍ମାତ ବନ୍ୟା ଆଶଙ୍କା ରହିଛି। ସେହିପରି ତଳୁଆ ଅଞ୍ଚଳ ଓ ଚାଷ ଜମି ଜଳମଗ୍ନ ହେବ ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି। ତେଣୁ ରାଜ୍ୟର ଜନସାଧାରଣ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସଜାଗ କରାଯାଇଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories