www.samajalive.in
Friday, December 12, 2025
15.1 C
Bhubaneswar

ଆକବରଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ମୋଦୀ ମୁହଁ ଖୋଲନ୍ତୁ: ସୁବ୍ରମଣ୍ୟମ୍‍

ନୂଆଦିଲ୍ଲୀ : ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏମ୍‍ଜେ ଆକବରଙ୍କ ବିରୋଧରେ ଆସିଥିବା ଯୌନ ନିର୍ଯାତନା ଅଭିଯୋଗ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁହଁ ଖୋଲିବା ଦରକାର ବୋଲି ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ୍‍ ସ୍ୱାମୀ କହିଛନ୍ତି। ଶୁକ୍ରବାର ସ୍ୱାମୀ କହିଛନ୍ତି ଯେ ମି ଠୁ ମାଧ୍ୟମରେ ଆକବରଙ୍କ ବିରୋଧରେ ଜଣେ ନୁହେଁ ଏକାଧିକ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଯଦିଓ ଦୀର୍ଘଦିନ ପରେ ଏହି ଅଭିଯୋଗ ଆସିଛି ତେବେ ଏହା ସବୁ ମିଥ୍ୟା ବୋଲି କୁହାଯାଇପାରିବ ନାହିଁ। ରାଜନୀତିକୁ ଆସିବା ପୂର୍ବରୁ ଆକବର ସାମ୍ବାଦିକତା ବୃତ୍ତିରେ ଥିବା ସମୟରେ ଏହିସବୁ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି ପ୍ରସଙ୍ଗରେ ଆକବର ନିଜର ଜବାବ ଦେବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଥିଲେ। ଏହି ଘଟଣାରେ କଂଗ୍ରେସ ଆକବରଙ୍କ ଇସ୍ତଫା ଦାବି କରିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories