www.samajalive.in
Saturday, December 13, 2025
18.1 C
Bhubaneswar

ରାଉରକେଲାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ

ରାଉରକେଲା: ରାଉରକେଲାରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ଉଦିତନଗର ପଡ଼ିଆଠାରେ ଆୟୋଜିତ ସ୍ୱାଧୀନତା ଦିବସ ସମାରୋହରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡକ୍ଟର ସୁରେଶ ଚନ୍ଦ୍ର ଦଳାଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଵା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ସେ ଭାରତର ସ୍ୱାଧୀନତା ସଂଗ୍ରାମରେ ସାମିଲ ହୋଇଥିବା ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ତ୍ୟାଗ ଓ ବଳିଦାନକୁ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଅଭିଭାଷଣ ଦେଇ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ କହିଥିଲେ ଯେ, କଳା, ସଂସ୍କୃତି, ଐତିହ୍ୟ ଓ କ୍ରୀଡ଼ା ଆଦି କ୍ଷେତ୍ରରେ ରାଉରକେଲାର ଏକ ସ୍ୱତନ୍ତ୍ର ପରିଚୟ ରହିଛି । ଅନେକ ଖେଳାଳି ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରି ସୁନ୍ଦରଗଡ଼ ଜିଲ୍ଲା ସହିତ ରାଉରକେଲା ପାଇଁ ଗୌରବ ଆଣିଛନ୍ତି।

‘‘ସୁନ୍ଦରଗଡ଼ ହେଉଛି ହକିର ଅନ୍ତୁଡ଼ିଶାଳ । ଏହି ମାଟିର ହକି ଖେଳାଳି ମାନଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଭୁବନେଶ୍ୱର ସହିତ ରାଉରକେଲାରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ଆମ ସୁନ୍ଦରଗଡ଼ ତଥା ରାଉରକେଲା ପାଇଁ ଗର୍ବ ଓ ଗୌରବର କଥା । ଏଥିପାଇଁ ରାଉରକେଲାଠାରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କରାଯାଉଛି । ସେହିପରି ଫୁଟବଲ, ଟେନିସ, ବ୍ୟାଡମିଣ୍ଟନ ଏବଂ ଆଥଲେଟିକ୍ ଆଦି ଖେଳକୁ ପ୍ରୋତ୍ସାହନ ଦେବା ଲାଗି ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ କରାଯାଉଛି’’, କହିଥିଲେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଡକ୍ଟର ସୁରେଶ ଚନ୍ଦ୍ର ଦଳାଇ।

- Advertisement -

ସେ ଆହୁରି କହିଥିଲେ ଯେ, ରାଉରକେଲା ସହରକୁ ସ୍ୱଚ୍ଛ ଓ ସୁନ୍ଦର କରିବା ପାଇଁ ମହାନଗର ନିଗମ ଏବଂ ରାଉରକେଲା ସ୍ମାର୍ଟ ସିଟି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପ୍ରକଳ୍ପ କାର୍ଯ୍ୟ ଶେଷ ହେବା ପରେ ରାଉରକେଲା ଆଉ ଏକ ନୂଆ ଉଚ୍ଚତାକୁ ଯାଇପାରିବ ।

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଉରକେଲାର କ୍ରୀଡ଼ା ପ୍ରତିଭା, ପୋଲିସ ଓ ଅଗ୍ନିସେବା ବିଭାଗର କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାସହ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ କରାଯାଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମର କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର, ଡିଆଇଜି ନୀତି ଶେଖର, ରାଉରକେଲା ଏସପି ମୁକେଶ କୁମାର ଭାମୁ, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକର, ରାଉରକେଲା ତହସିଲଦାର ଚନ୍ଦ୍ରକାନ୍ତ ମଲ୍ଲିକ, ରାଉରକେଲା ମହାନଗର ନିଗମର ଡେପୁଟି କମିଶନର ସୁଧାଂଶୁ କୁମାର ଭୋଇ, ସୀତାଦେବୀ ମାଝି, ଡକ୍ଟର ଗୌରବମୟ ପ୍ରଧାନ, ରୋନିତ କୁମାର, ଆସିଷ୍ଟାଣ୍ଟ କମିଶନର ନରେନ୍ଦ୍ର ପ୍ରଧାନ ଓ ସୁକାନ୍ତ ଚନ୍ଦ୍ର ବେଉରା ପ୍ରମୁଖ ଉପସ୍ଥିତ ଥିଲେ।

ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କା ଓ ସାମ୍ବାଦିକ ମହେନ୍ଦ୍ର ମିଶ୍ର ପରିଚାଳନା କରିଥିଲେ। ରିଜର୍ଭ ପୋଲିସର ଦୀପ୍ତି ପ୍ରସାଦ ଜେନାଙ୍କ ନେତୃତ୍ୱରେ ଅଭିବାଦନ ଦିଆଯାଇଥିଲା।

ସ୍ୱାଧୀନତା ଦିବସ ଉପଲକ୍ଷେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ, ମହାନଗର ନିଗମ, ସ୍ମାର୍ଟ ସିଟି, ରାଉରକେଲା ଉନ୍ନୟନ କର୍ତ୍ତୃପକ୍ଷ ଆଦି ଅଫିସରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories