www.samajalive.in
Sunday, December 14, 2025
15.1 C
Bhubaneswar

ଆଗାମୀ ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟାକୁ ନେଇ ପ୍ରତିକ୍ରିୟା ରଖିଲେ ସର୍ବୋଚ୍ଚ ଯନ୍ତ୍ରୀ । କହିଲେ ଆଗାମୀ ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ । ମୁଣ୍ଡୁଳିରେ ବର୍ତ୍ତମାନ ୧୧.୬ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ  ହେଉଛି । ବନ୍ୟା ଉପରେ ପ୍ରଶାସନ ନଜର ରଖିଛନ୍ତି । ସମସ୍ତ ନଦୀ ବନ୍ଧ ଉପରେ ଅଧିକାରୀ ମାନେ ନଜର ରଖିଛନ୍ତି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି । ସୂଚନା ଥାଉ କି ବର୍ତ୍ତମାନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାଜପୁରର କାଣି ନଦୀରେ ୬୦ ଫୁଟର ଘାଇ ହୋଇଥିବା ବେଳେ ଜଗତସିଂହପୁର, ପୁରୀ ଓ କଟକର ତଳିଆ ଅଞ୍ଚଳ ଜଳମଗ୍ନ ହୋଛି । ବିଶେଷ କାରି ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଳକରେ ବନ୍ୟା ପାଣି ଯୋଗୁ ହନ୍ତସନ୍ତ ହେଉଛନ୍ତି ଅଞ୍ଚଳବାସୀ । ୬୫ ଗାଁର ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories