www.samajalive.in
Thursday, December 11, 2025
16.1 C
Bhubaneswar

୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ମିଳିବ ବାର୍ଷିକ ୧.୫% ସୁଧ ରିହାତି

ଡେସ୍କ: କେନ୍ଦ୍ର ସରକାର ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି ଯୋଗାଇ ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫% ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ଏହି ନିଷ୍ପତ୍ତି ପରେ ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଂଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜ୍ୟିକ ବ୍ୟାଙ୍କମାନଙ୍କ ସହ ସମ୍ପର୍କିତ ପ୍ରାଥମିକ କୃଷି ସମିତିଗୁଡିକୁ ବାର୍ଷିକ ଦେଢ଼ ପ୍ରତିଶତ ସୁଧ ରିହାତି ମିଳିବ। ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାମାନେ ଏହି ୧.୫% ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇ ଦେବେ। ୨୦୨୨-୨୩ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଏହି ରିହାତି ସୁବିଧା ମିଳିବ। ସୁଧ ଛାଡ଼ ସୁବିଧା ନିମନ୍ତେ ୩୪ ହଜାର ୮୫୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories