www.samajalive.in
Sunday, December 14, 2025
19.1 C
Bhubaneswar

୧୯ରେ ଲଘୁଚାପ ସମ୍ଭାବନା, ବଢ଼ିବ ବର୍ଷା ପରିମାଣ

ଡେସ୍କ: ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ୱବର୍ତୀ ଅଂଚଳ ଉପରେ ବାୟୁମଣ୍ଡଳରେ ୫.୮କିମି ଯାଏଁ ଗୋଟିଏ ଘୁର୍ଣ୍ଣି ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୯ ତାରିଖ ପାଖାପାଖି ଉତର ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୯ ଓ ୨୦ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories