www.samajalive.in
Saturday, December 6, 2025
19.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର: ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ରୂପ ନେବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ତାହା ସହ ଆସନ୍ତାକାଲି ରାଜ୍ୟରେ ଏହାର ସର୍ବାଧିକ ପ୍ରଭାବ ଦେଖାଦେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଦିଆଯାଇଛି । ୨୦ ତାରିଖରେ ପଶ୍ଚିମ ଓଡି଼ଶାରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ନେଇ କୁହାଯାଇଛି ।

ପାଣିପାଗ କେନ୍ଦ୍ରର ଆକଳନ କହିଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ଲଘୁଚାପ ଜନିତ ବର୍ଷା ପ୍ରଭାବରେ ୧୯ ଓ ୨୦ରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିପାରେ ।

- Advertisement -

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ଏବଂ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ସତର୍କ ରହିବା ନିମନ୍ତେ ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ବନ୍ୟା ସୃଷ୍ଟି ହୋଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ବନ୍ୟାବିପନ୍ନଙ୍କ ପାଇଁ ଆହୁରି ସଙ୍ଗୀନ ହୋଇପାରେ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories