www.samajalive.in
Saturday, December 13, 2025
26.1 C
Bhubaneswar

୧୯, ୨୦ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମଧ୍ୟ ଅତି ପ୍ରବଳ ବର୍ଷିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପ ହେବ। ଆସନ୍ତାକାଲି ସକାଳେ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି କରିଛନ୍ତି ଶ୍ରୀ ମହାପାତ୍ର। ଏହାର ପ୍ରଭାବରେ ଗୁରୁବାର ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ତେବେ ଆଜି ତୁଳନାରେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷିବ ବୋଲି ଜଣାପଡ଼ିଛି। ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ। ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିସହିତ କିଛି ସ୍ଥାନରେ ଅତି ପ୍ରବଳ ବର୍ଷିବ। ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏନେଇ ୨ ଦିନ ପାଇଁ ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories