www.samajalive.in
Saturday, December 13, 2025
14.1 C
Bhubaneswar

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆସନ୍ତା ୨ ଦିନ ପ୍ରବଳ ବର୍ଷା

ଡେସ୍କ: ଉତର-ପୂର୍ବ ଏବଂ ପାର୍ଶ୍ୱବର୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ସକ୍ରିୟ ଲଘୁଚାପ ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି। ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପ ଏବଂ ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ଏହି ଲଘୁଚାପ କ୍ଷେତ୍ର ବା ଘୂର୍ଣ୍ଣିବଳୟ କ୍ରମଶଃ ସକ୍ରିୟ ହେଉଥିବାରୁ ଓଡ଼ିଶାରେ ଆଜିଠାରୁ ବର୍ଷା ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏଥିପାଇଁ ଉପକୂଳ ଅଂଚଳ ସମେତ ତାହାର ପାଶ୍ୱବର୍ତୀ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ସତର୍କ କରାଇ ଦିଆଯାଇଛି। ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ପୁରୀ ଓ ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସେହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ସେହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଂଚଳରେ ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି।

Hot this week

ପ୍ରତିଶ୍ରୁତି ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ...

ଜୁନାଗଡ଼-ପାଣ୍ଡୁରଙ୍ଗାପୁରମ୍‌ ନୂତନ ରେଳପଥ ମଞ୍ଜୁରୀକୁ ୯ବର୍ଷ, ସରୁନି ଜମି ଅଧିଗ୍ରହଣ

ନବରଙ୍ଗପୁର: ପଛୁଆ ଓ ଆଦିବାସୀ ଅଧ୍ୟୁଷିତ ଓଡ଼ିଶା ସହ ଛତିଶଗଡ଼ ଏବଂ...

ଜାନୁଆରୀ ୩୦ରୁ ଅନଶନରେ ବସିବେ ଆନ୍ନା

ମୁମ୍ବଇ: ବିଶିଷ୍ଟ ଗାନ୍ଧୀବାଦୀ ନେତା ତଥା ସମାଜସେବୀ ଆନ୍ନା ହଜାରେ ଜାନୁଆରୀ...

“ବଳଦଙ୍କୁ ଖାଇଗଲା ବୋଲି, ବାଘକୁ ବିଷ ଦେଇ ମାରିଦେଲି”

ବଣାଇ : ତିନି ବଳଦ ଜଙ୍ଗଲକୁ ଚରିବାକୁ ଯାଇ ଆଉ ଫେରି...

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

Related Articles

Popular Categories