www.samajalive.in
Thursday, December 11, 2025
27.1 C
Bhubaneswar

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ

  • କ୍ଷତିଗ୍ରସ୍ତ ଅଞ୍ଚଳରେ ୧୫ଦିନ ପାଇଁ ରିଲିଫ ସହାୟତା ଘୋଷଣା
  • ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ
  • ୧୫ଦିନରେ ସହାୟତା ଯୋଗାଇବାକୁ ନିର୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ। ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି।
ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।
ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି। ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାର ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ ୭ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories