www.samajalive.in
Monday, December 8, 2025
14.1 C
Bhubaneswar

ବାତ୍ୟା ହେବ ବୋଲି ଆଇଏମଡି କହିନି, ଗଭୀର ଅବପାତ ହେବ କହିଛି: ଏସଆରସି

ଭୁବନେଶ୍ବର: ବାତ୍ୟା ଆଶଙ୍କା ସମ୍ପର୍କରେ ଏସଆରସି ପ୍ରଦୀପ କୁମାର ଜେନାଙ୍କ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହାକୁ ବାତ୍ୟା ବୋଲି କୁହାଯିବ ନାହିଁ। କିନ୍ତୁ ଆମେ ପ୍ରସ୍ତୁତ ଅଛୁ। ବାତ୍ୟା ହେବ ବୋଲି ଆଇଏମଡି କହିନି। ଗଭୀର ଅବପାତ ହେବ କହିଛି। ଗଭୀର ଅବପାତରେ ସ୍ଥଳଭାଗ ଛୁଇଁବ କହିଛି ଆଇଏମଡି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ଏବଂ ଆସନ୍ତାକାଲି ବାଲେଶ୍ବର ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଆସନ୍ତାକାଲି ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ। କିନ୍ତୁ କର୍ମଚାରୀମାନେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଆଜି ସନ୍ଧ୍ୟାରେ ଦୀଘା ଉପକୂଳରେ ଫଲ କରିବାର ଆଇଏମଡି ଆକଳନ କରିଛି। ୬୦ ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ଆସନ୍ତାକାଲି ୧୦ ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଅଞ୍ଚଳରେ ଓଡ୍ରାଫ୍ ଓ ଏନଡିଆରଏଫ ନିୟୋଜିତ କରାଯିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ରାଜ୍ୟରେ ଲଘୁଚାପର ସ୍ଥିତି ନେଇ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ ଗଭୀର ଅବପାତର ରୂପ ନେଇ ଆଗାମୀ ୭-୮ ଘଣ୍ଟା ଭିତରେ ଏହା ସ୍ଥଳ ଭାଗ ଛୁଇଁବ। ଏହାର ପ୍ରଭାବରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାରେ ପବନ ବହିବ। ଆସନ୍ତାକାଲି ୪ଟି ଜିଲାରେ ବର୍ଷା ହେବ। ଉପର ମହାନଦୀ ଅଞ୍ଚଳରେ ବେଶି ବର୍ଷା ହେବା ଭଳି ଲାଗୁନାହିଁ। ଇବ ଓ ଭେଡେନ ନଦୀ ଅବବାହିକାରେ ବର୍ଷା ସମ୍ଭାବନା ରହିଛି। ବୈତରଣୀ, ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ଉପରେ ନଜର ରହିବ। କେନ୍ଦୁଝର ଓ ମୟୁରଭଞ୍ଜର ୩ଟି ଡ୍ୟାମରୁ ଜଳସ୍ତର ହ୍ରାସ କରାଯାଉଛି। ଗତକାଲି ଠାରୁ ୩ ହଜାର କ୍ୟୁସେକ ଜଳ ସାଳନ୍ଦୀ ନଦୀରେ ଛଡ଼ାଯାଇଛି। ଭଦ୍ରକ ସହର ଉପରେ ମଧ୍ୟ ନଜର ରହିଛି। ଶିମିଳିପାଳ, ଝାଡ଼ଖଣ୍ଡରେ ବର୍ଷା ଉପରେ ବନ୍ୟା ନିର୍ଭର କରୁଛି। ଜିଲାପାଳମାନଙ୍କୁ ସତର୍କ କରାଯାଇଛି ବୋଲି ଏସଆରସି ପ୍ରଦୀପ ଜେନା ପ୍ରକାଶ କରିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories