www.samajalive.in
Saturday, December 13, 2025
27.1 C
Bhubaneswar

ରାଜ୍ୟ ପୁଲିସ ମୁଖ୍ୟାଳୟରେ ଜାତୀୟ ସଦ୍‌ଭାବନା ଦିବସ ଶପଥ ପାଠ ଅନୁଷ୍ଠିତ

କଟକ: ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଜାତୀୟ ସଦ୍‌ଭାବନା ଦିବସ ଅବସରରେ ଏକ ଶପଥ ପାଠ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍. କେ. ଶର୍ମା ଏହି କାର୍ୟ୍ୟକ୍ରମରେ ଉପସ୍ଥିତ ରହି ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ସଦ୍‌ଭାବନା ଶପଥ ପାଠ କରାଇଥିଲେ। ଏହି ଅବସରରେ ପୁଲିସ ମୁଖ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଜାତି, ଧର୍ମ, ଭାଷା ଓ ଅଞ୍ଚଳ ନିର୍ବିଶେଷରେ ଦେଶରେ ସଦ୍‌ଭାବ ଏବଂ ଭାବନାତ୍ମକ ଏକତା ନିମନ୍ତେ କାର୍ୟ୍ୟ କରିବା ସହ ନିଜ ନିଜ ମଧ୍ୟରେ ଥିବା ମତଭେଦକୁ ଆପୋଷ ଆଲୋଚନା, ଅହିଂସା ତଥା ସାମ୍ୱିଧାନିକ ବିଧି ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବାକୁ ଶପଥ କରିଥିଲେ। ଏହି ଶପଥ ପାଠ କାର୍ୟ୍ୟକ୍ରମରେ ଏସ୍‌. ପ୍ରବୀଣ କୁମାର, ଆଇ.ପି.ଏସ, ଆଇ.ଜି ଅଶୋକ କୁମାର ମହାନ୍ତି, ଏ.ଆଇ.ଜି ପ୍ରିୟ ରଞ୍ଜନ ଶତପଥୀ, ଏ.ଆଇ.ଜି ପଙ୍କଜ କୁମାର ନାୟକ, ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଅଶୋକ କୁମାର ବେହେରା, ସୁବେଦାରଙ୍କ ସମେତ ସମସ୍ତ ସଂସ୍ଥା ଅଧିକାରୀ, ଉପବିଭାଗ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories