ରାଜ୍ୟରେ ଆଉ ୨୮୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛି । ପ୍ରତ୍ୟେକ ଦିନ ରାଜ୍ୟରୁ କରୋନା ମାମଲା ୫ଶହ ତଳେ ଚିହ୍ନଟ ହେଉଥିବା ଦେଖିବାକୁ ମିଳୁଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ସୁସ୍ଥ ହୋଇଛନ୍ତି ୪୫୯ ଜଣ । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୮ଜଣ ରହିଛନ୍ତି ଓ ସ୍ଥାନୀୟ ସଂକ୍ରମିତ ୧୧୯ଜଣ ରହିଛନ୍ତି । ଜନ୍ମରୁ ୧୮ ବର୍ଷର ମଧ୍ୟରେ ୬୨ଜଣ ଆକ୍ରାନ୍ତ ଥିବା ସୂଚନା ଦିଆଯାଇଛି ।
ସେହିପରି ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧, ବାଲେଶ୍ବରରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୩, କଟକରୁ ୧୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୧, ଯାଜପୁରରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୬, ନୂଆପଡ଼ାରୁ ୭, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬, ସୋନପୁରରୁ ୬ ଓ ଷ୍ଟେଟପୁଲରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୮୫ ରହିଛି ।
Comments are closed.