www.samajalive.in
Saturday, December 13, 2025
26.1 C
Bhubaneswar

ଜଳ ସଂପଦ ମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା, କହିଲେ ଆଗାମୀ ଦୁଇ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ରାଜ୍ୟରେ ସୁବର୍ଣ୍ଣରେଖା ଓ ବୈତରଣ ନଦୀରେ ଅଧିକ ଜଳପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଆଜି ସ୍ଥିତିର ସମୀକ୍ଷା କରିଛନ୍ତି ।ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଅର୍ଚ୍ଚନା ପଟ୍ଟନାୟକ, ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ସୁବର୍ଣ୍ଣରେଖା ଜଳସେଚନ ଡିଭିଜନର ମୁଖ୍ୟଯନ୍ତୀ, ବାଲେଶ୍ୱର ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ, ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନ ଉପସ୍ଥିତ ଥିଲେ।

ବନ୍ୟା ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ପ୍ରସ୍ତୁତିକୁ ଅଧିକ ବ୍ୟାପକ କରିବା ନେଇ ମନ୍ତ୍ରୀ ଶ୍ରୀମତୀ ସାହୁ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଆଲୋଚନା ଅନୁସାରେ ଆଜି ସକାଳ ସୁଦ୍ଧା ଝାଡଖଣ୍ଡର ଗାଲୁଡିହ ଜଳଭଣ୍ଡାରରୁ ୧୬ ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଫଳରେ ଓଡିଶାରେ ସୁବର୍ଣ୍ଣରେଖା ନଦୀରେ ଆଜି ସଂଧ୍ୟାରୁ ଆସନ୍ତା କାଲି ୧୦ ଟା ଭିତରେ ଜଳସ୍ତର ବୃଦ୍ଧି ପାଇବ ଓ ସେଥି ଯୋଗୁଁ ବଡ ଧରଣର ବନ୍ୟାର ସମ୍ଭାବନା ରହିଛି। ଫଳରେ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର, ଭୋଗରାଇ, ବାଲିଆପାଳ ଓ ବସ୍ତା ଅଞ୍ଚଳ ପ୍ରଭାବିତ ହେବ। ମନ୍ତ୍ରୀ ଶ୍ରୀମତୀ ସାହୁ କହିଛନ୍ତି ଯେ, ଆଗାମୀ ଦୁଇ ଦିନ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବିଭିନ୍ନ ନଦୀବନ୍ଧ ଦାୟିତ୍ୱରେ ଥିବା ଅଧିକାରୀ ଓ ଯନ୍ତ୍ରୀମାନେ ସତର୍କ ରହି ନିୟମିତ ତଦାରଖ କରନ୍ତୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଜଳ ସଂପଦ ବିଭାଗର ଅଧିକାରୀ, କ୍ଷେତ୍ର ସ୍ତରରେ ଥିବା ଯନ୍ତ୍ରୀ ଓ କର୍ମଚାରୀ ଭାବେ ଅଧିକ ଚଳ ଚଞ୍ଚଳ ରହି ବନ୍ୟା ମୁକାବିଲା କରିବାକୁ ପରାମର୍ଶ ଦେଇଛନ୍ତି । ସମ୍ଭାବ୍ୟ ବନ୍ୟା ପରିପ୍ରେକ୍ଷୀରେ ଜନସାଧାରଣ ଭୟଭୀତ ନହେବାକୁ ଅନୁରୋଧ କରିବା ସହ ନଦୀଗୁଡିକରେ ବିଭିନ୍ନ ସମୟରେ ଜଳସ୍ତର ଓ ଜଳପ୍ରବାହ ସଂପର୍କରେ ସଠିକ ସୂଚନା ପ୍ରଦାନ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ପଟ୍ଟନାୟକ କହିଛନ୍ତି ଯେ ସବୁ ସମୟରେ ସଂପୃକ୍ତ ଜିଲାପାଳମାନଙ୍କ ସହିତ ଯୋଗାଯୋଗ କରାଯାଉଛି। ବନ୍ୟା ମୁକାବିଲା ପାଇଁ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାରେ ବରିଷ୍ଠ ଓ ଅଭିଜ୍ଞ ଅଧିକାରୀ ତଥା ଯନ୍ତ୍ରୀମାନଙ୍କୁ ପଠାଯାଇଛି ଓ ସେମାନେ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି ବନ୍ୟାସ୍ଥିତି ଅନୁଧ୍ୟାନ କରି ବନ୍ୟା ପରିଚାଳନା କରୁଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories