www.samajalive.in
Monday, December 15, 2025
24.1 C
Bhubaneswar

ନିର୍ମାଣାଧିନ କୋଠାରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳା ଶ୍ରମିକଙ୍କ ମୃତ୍ୟୁ

ଗୋପାଳପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦନଗର ଛକରେ ଘର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ମହିଳା ଶ୍ରମିକ​​‌ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ମହିଳା ଜଣଙ୍କ ହେଲେ ଗୋଳନ୍ଥରା ନୁଆସାହିର ସୁବାଷିନୀ ସେଠୀ (୪୮ବର୍ଷ) ବୋଲି ପୋଲିସ ସୂଚନା ଦେଇଛି। ମିଳିଥିବା ସୂଚନା ପ୍ରକାରେ ମୃତ ଶିବାନୀ ଜଣେ ଦିନ ଦିନ ମଜୁରିଆ ଭାବେ କାମ କରି ପରିବାର ପ୍ରତିପୋଷଣ କରିଆସୁଥିଲେ। ରବିବାର ଗୋବିନ୍ଦନଗର ଛକ ସ୍ଥିତ  ଘର ନିର୍ମାଣ କାର୍ଯ୍ୟରେ ସେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ କୌଣସି କାରଣରୁ ବିଦ୍ୟୁତ ଆଘାତ ଲାଗିବାରୁ  ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପରିବାର ପକ୍ଷରୁ  ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ଶବ ଜବତ କରିବା ସହ ବ୍ୟବଛେଦ କରି ଅପରାହ୍ନରେ ପରିବାରକୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ପୋଲିସ ସୂଚନା ଦେଇଛି। ସେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇ ଥିବା ବେଳେ ପରିବାରର ଏକ ମାତ୍ର ରୋଜଗାର କ୍ଷମ ହୋଇଥିବା ଜଣାପଡିଛି।

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories