www.samajalive.in
Monday, December 15, 2025
14.1 C
Bhubaneswar

ଆଜି ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ

ଦେବଗଡ଼: ଦେବଗଡ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ (ହରତାଲ୍‌) କରାଯାଉଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଏହି ବନ୍ଦ ପାଳନ (ହରତାଲ୍‌) କରାଯାଉଥିବା ଜଣାପଡ଼ିଛି । ଦେବଗଡ ଜିଲ୍ଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ପାଳନ (ହରତାଲ୍‌) କରାଯିବ । ଫଳରେ ଗାଡିମଟର ଓ ବ୍ୟବସାୟିକ ପ୍ରତିଷ୍ଠାନ ଏବେ ବନ୍ଦ ରହିଥିବା ବେଳେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ମଧ୍ୟ ବନ୍ଦ କରାଯିବ । କୃଷକ ସଂଘର୍ଷ ସଂଘର ସଭାପତି ସେମ ହେମ୍ରମଙ୍କ ନେତୃତ୍ୱରେ ବହୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିବାରୁ ଶତାଧିକ ଗାଡି ଅଟକି ରହିଛି । ଗତବର୍ଷ ଖରିଫ ଋତୁରେ ସ୍ୱଳ୍ପ ବର୍ଷା ଯୋଗୁଁ ଜିଲ୍ଲାରେ ମରୁଡି ସମସ୍ୟା ଦେଖାଯାଇଥିଲା । ମାତ୍ର କ୍ଷତିଗ୍ରସ୍ତ ଚାଷୀଙ୍କୁ ଆଜି ପର୍ଯ୍ୟନ୍ତ ଫସଲ ବୀମା ଟଙ୍କା ପ୍ରଦାନ କରାଯାଇନାହିଁ । ଯାହାକୁ ନେଇ କୃଷକ ସଂଘର୍ଷ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ (ହରତାଲ୍‌) କରାଯାଉଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories