www.samajalive.in
Sunday, December 7, 2025
14.1 C
Bhubaneswar

ଷଷ୍ଠ ଦିନରେ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳାବ୍ୟାଚ ଆନ୍ଦୋଳନ

ଫୁଲବାଣୀ: ଓଡ଼ିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ସମ୍ପୂର୍ଣ୍ଣ ଉଚ୍ଛେଦ ଓ ୬ ବର୍ଷ ଚୁକ୍ତିଭିତ୍ତିକ ଚାକିରି ସମୟକୁ ପଦୋନ୍ନତି, ବର୍ଦ୍ଧିତ ଦରମା, ବରିଷ୍ଠତାରେ ଗଣନା କରିବା ଦାବିରେ ଦିର୍ଘ ୬ ଦିନ ଧରି ସାରା ରାଜ୍ୟରେ କଳା ବ୍ୟାଚ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ପୂର୍ବ ନିର୍ଦ୍ଧାରିତ ସୂଚନା ଅନୁଯାୟୀ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ ଗ୍ରୁପ ବି, ସି ଏବଂ ଡି କର୍ମଚାରୀମାନେ କଳାବ୍ୟାଚ ପରିଧାନ କରିବା ସହିତ ଶାନ୍ତିପୂର୍ଣ୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରିଛନ୍ତି।

ଏହି ବିକ୍ଷୋଭ ପ୍ରଦର୍ଶନରେ ଓଡ଼ିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ, ସାମଜିକ ସୁରକ୍ଷା, କୃଷି ଏବଂ ପଶୁସମ୍ପଦ, ଜଙ୍ଗଲ ଏବଂ ପରିବେଶ, ଶ୍ରମ ଓ ପୁଲିସ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀମାନେ ପ୍ରତ୍ୟେକ ଜିଲ୍ଲାର ବ୍ଲକସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତରଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରିବା ସହ ମଧ୍ୟାହ୍ନ ବିରତି ସମୟରେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହେଉଛନ୍ତି। ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ଚୁକ୍ତିଭିତ୍ତିକ ଚାକିରି ସମୟକୁ ମୂଳ ଚାକିରିରେ ଯୋଗ ଦୁଇଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଆନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ କଳା ବ୍ୟାଚ ପରିଧାନ ଏବଂ ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଅଗଷ୍ଟ ୧୬ ତାରିଖରୁ ସେପ୍ଟେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ରାଜ୍ୟସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ଦେଇଥିବା ପ୍ରତିଶୃତି ଅନୁଯାୟୀ ସେମାନଙ୍କ ଦାବିଗୁଡିକୁ ପୂରଣ ନକରନ୍ତି ତେବେ ମହାସଂଘର ପୂର୍ଵ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନେ ସେପ୍ଟେମ୍ବର ୧୧ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ମହାସଂଘର ଜିଲ୍ଲା ସଭାପତି ଅଶୋକ ଗୌଡ଼, ସଂପାଦକ ସିମାଞ୍ଚଳ ପଣ୍ଡା, ଉପ ସଭାପତି କ୍ଷିତୀଶ କୁମାର, ଫୁଲବାଣୀ ବ୍ଲକ ସଭାପତି ସୁଶାନ୍ତ ବ୍ରହେରା ଓ ପ୍ରମୁଖ ନେତୃମଣ୍ଡଳୀ ପ୍ରେସ ବିଜ୍ଞପ୍ତି ଦ୍ୱାରା ଜଣାଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories