www.samajalive.in
Sunday, December 14, 2025
26.1 C
Bhubaneswar

ବାପାଙ୍କୁ ମୁଖାଗ୍ନି ଦେଲେ ଝିଅ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ କୁଲୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ପଲସାପାଲିର ନବୀନ ପ୍ରଧାନଙ୍କ ଏକମାତ୍ର ପୁଅ ତଥା ଜାତୀୟ ପରିସଂଖ୍ୟାନ ଅଧିକାରୀ ଅମୂଲ୍ୟ କୁମାର ପ୍ରଧାନଙ୍କ ସୋମବାର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୨ ବର୍ଷ ହେଉଥିଲା । ସେ ଦୀର୍ଘ ଦିନ ହେଲା କିଡନୀ ରୋଗରେ ଆକ୍ରାନ୍ତ ଥିଲେ । ତେବେ ତାଙ୍କ ଶାରୀରିକ ଅବସ୍ଥା  ଗୁରୁତର ହେବା ପରେ ତାଙ୍କୁ ବୁର୍ଲା ଡ଼ାକ୍ତରଖାନାକୁ ନିଆଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି ।ତାଙ୍କର ଏହି ବିୟୋଗ ପରିବାରର ମେରୁଦଣ୍ଡ ଭାଙ୍ଗି ଦେଇଛି । ଏହି ଦୁଃଖଦ ଘଟଣାରେ ଗ୍ରାମ ତଥା ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଅମୂଲ୍ୟ ଜଣେ ମେଳାପି ସହିତ ଉଦାର  ସ୍ୱଭାବର ବ୍ୟକ୍ତି ଥିଲେ । ଅମୂଲ୍ୟଙ୍କ ଶେଷକୃତ୍ୟ ତାଙ୍କ ଗାଁରେ ସଂପନ୍ନ ହୋଇଯାଇଛି । ଝିଅ  ଆର୍ଜୁ  ପିତାଙ୍କୁ ମୁଖାଗ୍ନି ଦେଇଛନ୍ତି । ଅମୂଲ୍ୟଙ୍କ ସାଥୀ ହୃଷୀକେଶ ଖମାରୀ  ତଥା  ଗ୍ରାମବାସୀ ତାଙ୍କର ଶେଷ ଦର୍ଶନ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories