www.samajalive.in
Monday, December 15, 2025
16.1 C
Bhubaneswar

ଭୁଶୁଡ଼ିପଡ଼ିଲା କାନ୍ଥ; ଅଳ୍ପକେ ବର୍ତ୍ତିଲେ ଯୁବକ

ପାଟଣା: ଗତ ୨ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପବନ ପ୍ରଭାବରେ ଅନେକ ଲୋକ ପ୍ରଵାଭିତ ହୋଇଛନ୍ତି । ବିଭିନ୍ନ ସ୍ଥାନରେ କଚ୍ଚା ଘର ଭୁଶୁଡ଼ିପଡ଼ିବା ଫଳରେ କିଛି ଲୋକଙ୍କ ମଧ୍ୟ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅଧିନସ୍ଥ ଶଙ୍ଖୁଆ ପଞ୍ଚାୟତ ପ୍ରଧାନପଡ଼ା ଗ୍ରାମର ଜୟ ଦେହୁରୀଙ୍କ ପୁଅ ରବିବାର ବିଳମ୍ବିତ ରାତିରେ ଶୋଇଥିବା ବେଳେ ତାଙ୍କ ଘରର କାନ୍ଥ ଭୁଶୁଡ଼ି ପଡ଼ିଛି ।  ହେଲେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ତାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ଗୁରୁତର ଅବସ୍ଥାରେ କରଞ୍ଜିଆ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ଚିକିତ୍ସା ପରେ ସେ ସୁସ୍ଥ ଥିବା ଜଣାପଡିଛି । ଘରଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡ଼ିଥିବାରୁ ସେ ମାନେ ବେସାହାରା ହୋଇପଡ଼ିଛନ୍ତି । ସେମାନେ ଗରିବ ଶ୍ରେଣୀର ହୋଇଥିବାରୁ ଯଥାଶୀଘ୍ର ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହୋଇଛି ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories