www.samajalive.in
Sunday, December 14, 2025
23.1 C
Bhubaneswar

ଦେଶରେ ବୃଦ୍ଧି ଆରୋଗ୍ୟ ହାର ; ହ୍ରାସ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ୧୦ ହଜାରରେ ସୀମିତ ରହିଛି ଦୈନିକ ସଂକ୍ରମଣ। ଦିନକରେ ଆଉ ୮ ହଜାର ୫୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୩,୫୭,୫୪୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୪୧୬ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ଆଉ ୯୬,୫୦୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୨%। ସେହିପରି ଆଉ ୯ ହଜାର ୬୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୭,୩୩,୬୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୯%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

- Advertisement -

 

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories