www.samajalive.in
Sunday, December 7, 2025
16.1 C
Bhubaneswar

ନିଖିଳ ଓଡ଼ିଶା ଅଙ୍ଗନୱାଡ଼ି କର୍ମୀ ଗଞ୍ଜାମ ବ୍ଲକ ସଂଘ ସମ୍ମିଳନୀ

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ସ୍ଥିତ କଲ୍ୟାଣ ମଣ୍ଡପରେ ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ଗଞ୍ଜାମ ବ୍ଲକ ସଂଘର ପଞ୍ଚମ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଂଘ ସମ୍ପାଦିକା ହରପ୍ରିୟା ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମିଳନୀରେ କମ୍ୟୁନିଷ୍ଟ ନେତା ପ୍ରବୀଣ ଦାସ, ଯୁବ ନେତା ନୀଳକଣ୍ଠ ଦାସ, ଭାନୁମତୀ ଦେବୀ, ସୌଦାମିନୀ ଦାସ, ବବିତା ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଆୟୋଜିତ ଏହି ସମ୍ମିଳନୀରେ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା। ସେଥିମଧ୍ୟରୁ ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କରେ ଅଣ୍ଡା, ଜଳଖିଆ, ଜାଳେଣି ଆଦି ଆବଶ୍ୟକୀୟ ସାମଗ୍ରୀର ବର୍ଦ୍ଧିତ ଦର କର୍ମୀମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। ଯାହାକୁ ନେଇ ବର୍ତମାନ ଅଙ୍ଗନୱାଡି କର୍ମୀମାନଙ୍କ ମଧ୍ୟରେ ଏକ ପ୍ରକାର ଅସନ୍ତୋଷ ପ୍ରକାଶ ପାଇଛି। କର୍ମୀମାନଙ୍କ ପରିଶ୍ରମ ଅନୁଯାୟୀ ଉପଯୁକ୍ତ ପାରିଶ୍ରମିକ ମିଳୁ ନଥିବା ଅଭିଯୋଗ ହୋଇଛି।

ଏହାସହ ଅଙ୍ଗନୱାଡି କର୍ମୀ ଓ ସାହାୟିକାମାନଙ୍କର ବିଭିନ୍ନ ସମସ୍ୟା ସମର୍କରେ ଆଲୋଚନା କରିବା ସହ ଆଗାମୀ ଦିନରେ ସେସବୁ ସମସ୍ୟାର ସମାଧାନ ଦିଗରେ ରାଜ୍ୟ ସରକାରଙ୍କ ନିକଟରେ ଦାବୀ ଉପସ୍ଥାପନ କରିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା। ଶେଷରେ ବ୍ଲକର ପ୍ରତ୍ୟେକ ସେକ୍ଟରରୁ ଦୁଇଜଣ ଲେଖାଏଁ ପ୍ରତିନିଧିଙ୍କୁ ଚୟନ କରାଯାଇଥିଲା। ବବିତା ସେଠି, ପିଙ୍କି ସ୍ୱାଇଁଙ୍କ ସମେତ ଅନ୍ୟ ଅଙ୍ଗନୱାଡି କର୍ମୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳର ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ଉପସ୍ଥିତ ରହିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories