www.samajalive.in
Monday, December 8, 2025
14.1 C
Bhubaneswar

ରାଜ୍ୟରେ ଲାଗିରହିଛି ବର୍ଷା; ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି । ଆଗାମୀ ୨୪ ଘଣ୍ଟା ଯାଏ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତାହା ସହ ପଶ୍ଚିମ ଓଡ଼ିଶାର ୪ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା କୁହାଯାଇଛି । ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥି ସହିତ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷାର ପ୍ରଭାବ ରହିବ । ବର୍ତ୍ତମାନ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଜାରି ରହିଛି ।

ତାହାଛଡ଼ା କିଛି ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ଘୁର୍ଣ୍ଣିବଳୟର ପ୍ରଭାବରେ ବର୍ଷା ହେଉଥିବା ବେଳେ ପାରାଦ୍ୱୀପରେ ବି ବର୍ଷା ହେଉଛି । ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ବର୍ଷା ହୋଇଛି । ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ସେମି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

- Advertisement -

ସେପଟେ ପାରାଦ୍ୱୀପ ରାଡାରରୁ ମିଳୁଥିବା ତଥ୍ୟ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ସମେତ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଏବେ ବର୍ଷା ଲାଗି ରହିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories