www.samajalive.in
Sunday, December 14, 2025
26.1 C
Bhubaneswar

ବାଇକ୍‌ ଦୁର୍ଘଟଣା; ଦୁଇ ମୃତ

ଛତ୍ରପୁର: ଛତ୍ରପୁର ଡିଆରଡିଏ ନିକଟ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇଜଣ ହେଲେ ବ୍ରହ୍ମପୁର ବ୍ରହ୍ମାନଗର ଅଞ୍ଚଳର ସୁମନ ଦାସ ଓ ହିଞ୍ଜିଳିକାଟୁ କଂଚୁଡୁ ଅଞ୍ଚଳର ଦଣ୍ଡପାଳ । ଦୁହେଁ ଏକ ବାଇକ୍‌ ଯୋଗେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ ।  ଯିବା ବେଳେ ଭାରସାମ୍ୟ ହରାଇ ଡିଆରଡିଏ ଛକ ନିକଟରେ ଦୁର୍ଘଟଣା ଘଟିଥିଲା । ଏନେଇ ଖବର ପାଇବା ପରେ ଛତ୍ରପୁର ପୁଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି । ବେପରୁଆ ଭାବେ ଗାଡି ଚାଳନା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ କୁହାଯାଇଛି । ଦୁହେଁ ହେଲମେଣ୍ଟ ମଧ୍ୟ ପିନ୍ଧି ନଥିବା ଜଣାପଡ଼ିଛି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories