www.samajalive.in
Monday, December 15, 2025
27.1 C
Bhubaneswar

ଅନ୍ତର୍ନିବେଶି ଶିକ୍ଷା ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଦୁବଗଡ଼ କ୍ଲଷ୍ଟର ତାଲିମ ଗୃହରେ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପିତାମାତା ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଅନ୍ତର୍ନିବେଶି ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଫୁଲବାଣୀ ବ୍ଲକ ବିଆରସିସି ରଶ୍ମିତା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କଁହର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଅତିରିକ୍ତ ବ୍ଳକ ଶିକ୍ଷାଧିକାରୀ ଅମୂଲ୍ୟ କୁମାର ଜେନା ଓ ଅଶୋକ କୁମାର ମିଶ୍ର ସାଂମ୍ମାନୀତ ଅତିଥି ଭାବେ ଯୋଗ ଦେଇ ନିଜର ଅଭିଭାଷଣ ପ୍ରଦାନ କରିଥିଲେ। ଏହି ସଚେତନତା କାର୍ଯ୍ୟକ୍ରମରେ ସାଧନାକର୍ମୀ ଅଞ୍ଜଳୀ ପଣ୍ଡା, ଅଲିଭା ମିଶ୍ର ଅନ୍ତର୍ନିବେଶି ଶିକ୍ଷା ତଥା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ନିମନ୍ତେ ଥିବା ସୁବିଧା ସୁଯୋଗ ବିଷୟରେ ବର୍ଣ୍ଣନା କରିଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ପ୍ରଦୀପ କୁମାର ମହାନ୍ତି ପରିଚାଳନା କରିଥିଲେ। ସିଆରସିସି ସୁଧାଂଶୁ କୁମାର ବେହେରା, ଓମ ସାହାଣୀ, ଦୁବଗଡ଼ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚିତ୍ରସେନୀ ମହାନ୍ତି ସହଯୋଗ କରିଥିଲେ। ଆଇଭି ମନୋଜ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories