www.samajalive.in
Monday, December 15, 2025
27.1 C
Bhubaneswar

ବିଧାୟକଙ୍କ ବିଭିନ୍ନ ଦାବି ନେଇ ଗଠିତ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ସଦସ୍ୟ ଏବଂ ପୂର୍ବତନ ସଦସ୍ୟମାନଙ୍କର ଦରମା, ପେନ୍‌ସନ୍‌ ଏବଂ ଅନ୍ୟାନ୍ୟ ଭତ୍ତା ବୃଦ୍ଧି ନିମନ୍ତେ ବିଧାୟକ ଏବଂ ପୂର୍ବତନ ବିଧାୟକଙ୍କ ତରଫରୁ ପ୍ରସ୍ତାବ ରହିଆସିଥିଲା। ଏ ସଂକ୍ରାନ୍ତରେ ଅନୁଧ୍ୟାନ କରିବା ପାଇଁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଚଳିତ ବଜେଟ ଅଧିବେଶନରେ ଏକ ୧୧ ଜଣିଆ ପରାମର୍ଶଦାତା କମିଟି ଗଠନ କରିଥିଲେ।
ଆଜି ବିଧାନସଭାର ୫୩ ନମ୍ବର ପ୍ରକୋଷ୍ଠରେ ଏହି କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପୂର୍ବତନ ବିଧାୟକମାନଙ୍କର ପେନ୍‌ସନ୍‌ ଏବଂ ଅନ୍ୟାନ୍ୟ ଭତ୍ତା ବାବଦରେ ଆଲୋଚନା ହୋଇଛି । ପରବର୍ତ୍ତୀ ବୈଠକରେ ସଂସଦୀୟ ବ୍ୟାପାର ବିଭାଗକୁ ସଂଶ୍ଳିଷ୍ଟ କରି ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହେବ ଏବଂ ଆବଶ୍ୟକ ସ୍ଥଳେ କମିଟି ଅନ୍ୟାନ୍ୟ ରାଜ୍ୟର ବିଧାନସଭା ସଦସ୍ୟ ଏବଂ ପୂର୍ବତନ ସଦସ୍ୟମାନଙ୍କୁ ମିଳୁଥିବା ଦରମା, ପେନ୍‌ସନ୍‌ ଏବଂ ଅନ୍ୟାନ୍ୟ ଭତ୍ତା ବିଷୟରେ ଅନୁଧ୍ୟାନ କରି ରିପୋର୍ଟ ପ୍ରଦାନ କରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।
ଆଜିର ଏହି ବୈଠକରେ ବିଜେପି ଦଳର ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, କଂଗ୍ରେସ ଦଳର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି, ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ଡ. ନୃସିଂହ ଚରଣ ସାହୁ ଏବଂ ମକରନ୍ଦ ମୁଦୁଲିଙ୍କ ସମେତ ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories