www.samajalive.in
Sunday, December 7, 2025
14.1 C
Bhubaneswar

ଖୋଲାଯିବ ଆଉ ୩୬ ନୂଆ ପୁଲିସ ଥାନା

ଭୁବନେଶ୍ୱର : ରାଜ୍ୟରେ ଖୋଲାଯିବ ଆଉ ୩୬ ନୂଆ ପୁଲିସ ଥାନା। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହାକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ସହ ପରିଚାଳନା ନିମନ୍ତେ ୫୬୩ ନୂଆ ପଦବୀ ସୃଷ୍ଟି କରାଯାଇଛି।
ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୁଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ୟ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା – ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଓ ଆଗଲପୁର, ବଉଦର ଘଣ୍ଟାପଡା, ଭୁବନେଶ୍ବର କମିଶନରେଟର ମୈତ୍ରୀ ବିହାର, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଓ ଭଦ୍ରେଶ୍ବର, ଦେବଗଡର ଲାଇମୁରା, ଢେଙ୍କାନାଳର ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡା ଓ କୋଟିନଡା, ଜଗତସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମବରଦା ଓ ଦଶରଥପୁର, ଝାରସୁଗୁଡାର ଏୟାରପୋର୍ଟ ପୁଲିସ ଷ୍ଟେସନ, କଳାହାଣ୍ଡିର କରଲାପାଟ, କଲାମପୁର, କେନ୍ଦ୍ରାପଡାର ପଟାମୁଣ୍ଡାଇ ଗ୍ରାମାଞ୍ଚଳ, କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି, ମାଲକାନଗିରିର ମାଲକାନଗିରି ସଦର କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନଗରଂଗପୁର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନାଗୁଡା, ସମ୍ବଲପୁରର ବରେଇପାଲି ଏବଂ ସୁବର୍ଣ୍ଣପୁରର ଲଚ୍ଛିପୁର ଥାନା ।
ଏ ସମସ୍ତ ନୂଆ ଥାନାଗୁଡିକ ବର୍ତ୍ତମାନ ଥିବା ଥାନାର ବିଭକ୍ତୀକରଣ କରାଯାଇ ସୃଷ୍ଟି କରାଯାଇଛି । ଏହି ନୂତନ ଥାନା ଗୁଡିକ ନିମନ୍ତେ ଇନ୍ସପେକ୍ଟର  ଠାରୁ ଆରମ୍ଭ କରି କନଷ୍ଟେବଳ ପର୍ୟ୍ୟନ୍ତ ବିଭିନ୍ନ ପାହ୍ୟାରେ ୫୬୩ଟି ନୁଆ ପଦବୀ ସୃଷ୍ଟି କରାଯାଇଛି।  ଏହି ନୁଆ ୩୬ଟି ଥାନା ପ୍ରତିଷ୍ଠା ହେଵା ଦ୍ବାରା ଜନସାଧାରଣଙ୍କୁ ଉତ୍ତମ ପୁଲିସ ସେବା ଯୋଗାଇ ଦେବା ଦିଗରେ ଓଡିଶା ପୁଲିସର ଉଦ୍ୟମ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories