www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟ ଚିକିତ୍ସାଳୟ ଭେଷଜ ଆଉଟଡୋରରେ ତାଲା, ସିଡିଏମଓଙ୍କୁ ଦାବିପତ୍ର ପ୍ରଦାନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସମେତ ବୌଦ୍ଧ ଓ ଦଶପଲ୍ଲାର ଜନ ସାଧାରଣ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭରଶୀଳ।କିନ୍ତୁ ଜିଲାରେ ମାତ୍ର ଜଣେ ଭେଷଜ ଡାକ୍ତର ଥିବାରୁ ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗ ଆଉଟଡୋର କ୍ୱଚିତ ଖୋଲା ଯାଉଥିବା ଅଭିଯୋଗ ହେଉଛି। ଯାହା ଫଳରେ ରୋଗୀ ସେବା ବ୍ୟାଘାତ ହେଉଛି। ଏ ସମ୍ପର୍କରେ ମିଳିତ ନାଗରିକ କମିଟି ପକ୍ଷରୁ ସିଡିଏମଓଙ୍କ ସହ ଆଲୋଚନା କରାଯାଇ ବିକଳ୍ପ ବ୍ୟବସ୍ଥା ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି। ଯେଉଁ ମାନେ ଅଛନ୍ତି ସେଥିରୁ ଅଧିକାଂଶ ସଠିକ ସେବା ଦେଉନଥିବା ଜଣାଯାଏ। ତୁରନ୍ତ ଭେଷଜ ବିଭାଗ ଡାକ୍ତର ନିଯୁକ୍ତି ନ ହେଲେ ଲୋକମାନେ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବେ। ମିଳିତ ନାଗରିକ କମିଟି ର ସଭାପତି ଡ ଅରୂପ ଜେନାଙ୍କ ସହ ନବୀନ କିଶୋର ପଣ୍ଡା, ପ୍ରଣବ ମଣ୍ଡଳ, ରାଜ କିଶୋର ପାଢୀ, ବନ ବିହାରୀ ନନ୍ଦ ପ୍ରମୁଖ ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories