www.samajalive.in
Monday, December 15, 2025
24.1 C
Bhubaneswar

ଅବକାରୀ ବିଭାଗର ଚଢାଉ; ଚୋରା ମଦ ସହ ୨ ଗିରଫ

ପାଟଣା: କେନ୍ଦୁଝର ଜିଲ୍ଲା ଅବକାରୀ ଅଧିକ୍ଷକ ନାରାୟଣ ମେହେରଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ପୂର୍ବାହ୍ନରେ ପାଟଣା ଅବକାରୀ ବିଭାଗ ପକ୍ଷରୁ ମାଧପୁର ଓ ବାଲିବନ୍ଧ ଗ୍ରାମରେ ଚଢ଼ାଉ କରାଯାଇଥିଲା । ଚଢ଼ାଉ ସମୟରେ ୧୮ ଲିଟର ଚୋରା ମଦ ଜବତ କରାଯିବା ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ମାଧପୁର ଗ୍ରାମର ବିଦ୍ୟାଧର ନାଏକ ଓ ବାଲିବନ୍ଧ ଗ୍ରାମର ଅର୍ଜୁନ ମହାନ୍ତ ବୋଲି ଜଣାପଡିଛି । ଉଭୟଙ୍କ ଠାରୁ ୯ ଲିଟର ଲେଖାଏଁ ମଦ ଜବତ କରାଯାଇଛି । ଏହି ଚଢାଉରେ ପାଟଣା ଅବକାରୀ ଥାନା ଅଧିକାରୀ ରମେଶ ଚନ୍ଦ୍ର ମହାନ୍ତି, ଏଏସ୍ଆଇ ରଙ୍ଗାଧର ପାତ୍ର, କନେଷ୍ଟବଳ ସମିର ମିଶ୍ର, ମିଥୁନ ଜେନା, ଆରତି ବେହେରା ଓ ବବିତା ଲେଙ୍କା ପ୍ରମୁଖ ସାମିଲ ଥିଲେ ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories