www.samajalive.in
Sunday, December 14, 2025
16.1 C
Bhubaneswar

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨୫୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‌। ଗତକାଲି ୨୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ବର ଜିଲ୍ଲାରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୧, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨, କଟକରୁ ୨୨ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧, ଯାଜପୁରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୮, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୩୪, ମୟୂରଭଞ୍ଜରୁ ୧୨ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୫୬ ଜଣ ଓ ଷ୍ଟେଟପୁଲରୁ ୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ୍‌ ୧୩, ୨୬, ୯୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ୧୩,୧୫, ୭୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ୧୯୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories