www.samajalive.in
Thursday, December 11, 2025
16.1 C
Bhubaneswar

ସୋମବାର ରାଶିଫଳ

ମେଷ: ସୁଯୋଗର ଉପଯୋଗ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ସାହସୀ, ଧର୍ମାତ୍ମା ବିଦ୍ୱାନ ଓ ସମ୍ପତ୍ତିବାନ ହେବେ।
ବୃଷ: ଯାତ୍ରାରେ ବାଧା, ବିଘ୍ନ ଉପୁଜି ପାରେ। ଈର୍ଷା ପରିତ୍ୟାଗ କଲେ ସାମାଜିକ ସ୍ୱୀକୃତି ମିଳିବ। ସ୍ୱାଭିମାନୀ ହୋଇପାରନ୍ତି। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଜଳଯାତ୍ରା ମନା।
ମିଥୁନ: ଧାତୁ ଦ୍ରବ୍ୟ ଲାଭ ହୋଇପାରେ। ବନ୍ଧୁ ମିଳନ ଘଟିବାର ସୁଯୋଗ ଜୁଟିଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କର୍କଟ: ବ୍ୟବସାୟରୁ ଭଲ ଲାଭ ମିଳିବ। ଶତ୍ରୁ ଉପରେ ତୀକ୍ଷ୍ମ ନଜର ରଖିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶେଷରେ ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ।
ସିଂହ: ବୁଝି ବିଚାରି କାର୍ଯ୍ୟ କରିବାକୁ ପଡ଼ିବ। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ବିବାହ ବିଳମ୍ବ ହେବ।
କନ୍ୟା: ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମ ପ୍ରତି ଆଗ୍ରହ ପ୍ରକାଶ କରିବେ। ସୁଖୀ ହେବେ। ଜଣେ ଉତ୍ତମ ବ୍ୟକ୍ତି ଭାବେ ସାମାଜିକ ଆଦର ମିଳିବ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମରେ ନିୟୋଜିତ ହେବେ। ବୁଦ୍ଧିମାନ ହେବେ।
ତୁଳା: କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ।
ବିଛା: ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ। ପତ୍ନୀ ସ୍ନେହୀ ହେବେ। ମିତ୍ର ସୁଖ ଲାଭ କରିବେ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି।
ଧନୁ: ଯୋଗାଯୋଗରେ ସଫଳତା ଲାଭ କରିବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଆୟ ଯଥେଷ୍ଟ ପରିମାଣର ହେବ। ସୁସ୍ଥ ଓ ନିରାମୟ ରହିବେ। ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ଅଧିକ ଅଭିଜ୍ଞତା ଅର୍ଜନ କରିପାରନ୍ତି। କେତେକ କ୍ଷେତ୍ରରେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ। ଚଞ୍ଚଳ ସ୍ୱଭାବର ହେବେ। କଅଁଳ କଥା କହି ଅନ୍ୟକୁ ନିଜ ସପକ୍ଷକୁ ଆଣି ପାରନ୍ତି। ନୀତିନିଷ୍ଠ ହେବେ।
କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ମୀନ: ଯୋଗାଯୋଗରେ ସଫଳତା ମିଳିବ। ଶ୍ରମ ସାର୍ଥକ ହେବ। କୁଳ ଉଦ୍ଧାରକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories