www.samajalive.in
Monday, December 15, 2025
16.1 C
Bhubaneswar

ଦେବଗଡ଼ ଜିଲା ଠିକାଦାର ସଂଘର ୩୫ତମ ସାଧାରଣ ବୈଠକ

ଦେବଗଡ଼: ସ୍ଥାନୀୟ ବସନ୍ତ ନିବାସ ଡାକବଙ୍ଗଳାଠାରେ ରବିବାର ଦେବଗଡ଼ ଜିଲା ଠିକାଦାର ସଂଘର ୩୫ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ଅଜୟ କୁମାର ପ୍ରଧାନଙ୍କ ଅନୁପସ୍ଥିତିରେ ଆୟୋଜିତ ଏହି ବୈଠକରେ ଇ. ସୁଜିତ କୁମାର ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ସଂଘର ବହୁ କର୍ମକର୍ତ୍ତା ଏବଂ ସଦସ୍ୟମାନେ ଉପସ୍ଥିତ ରହି ସଂଘକୁ ଅଧିକ ଶକ୍ତିଶାଳୀ ଏବଂ ସୁସଙ୍ଗଠିତ କରିବା ନିମନ୍ତେ ବିଭିନ୍ନ ଗଠନମୂଳକ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହି ଅବସରରେ ମୁଖ୍ୟତଃ ସଂଘର ପୂର୍ବତନ ସଭାପତି ଅରୁଣ କୁମାର ନନ୍ଦଙ୍କୁ ପୁଣିଥରେ ସଂଘରେ ସାମିଲ କରାଯିବା, ସଂଘ ପକ୍ଷରୁ ବିଶ୍ୱକର୍ମା ପୂଜା ଆୟୋଜନ ଏବଂ ଏକ କୋଟି ଟଙ୍କାରୁ ଊର୍ଦ୍ଧ୍ବ ମୂଲ୍ୟର ଟେଣ୍ଡର କାମରେ କେହି ଲେସ୍‌ରେ ଟେଣ୍ଡର ନପକାଇବା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ନୂତନ ଭାବେ ମନୋନୀତ ସାଧାରଣ ସମ୍ପାଦକ ପ୍ରଜିତ କୁମାର ଭୋଜ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କିରବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

 

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories