www.samajalive.in
Wednesday, December 10, 2025
23.1 C
Bhubaneswar

କନ୍ଧମାଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଫୁଲବାଣୀ : ସ୍ଥାନୀୟ କନ୍ଧମାଳ ଷ୍ଟାଡିୟମ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ଜିଲା ପ୍ରଶାସନ କନ୍ଧମାଳର ମିଳିତ ଆନୁକୂଲ୍ୟରେ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏସଡିପିଓ ମହେନ୍ଦ୍ରନାଥ ମୁର୍ମୁ ଯୋଗଦେଇଥିବା ବେଳେ ସନମାନିତ ଅତିଥି ଭାବେ ଜିଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ଫୁଟବଲ ପ୍ରଶିକ୍ଷକ ଯଶପାଲ ଉର୍ମା, ଧନୁତିର ପ୍ରଶିକ୍ଷକ ଆଶାରାମ ହସଦା ଏବଂ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହକର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ। ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ବକ୍ତୃତା, ଚିତ୍ରାଙ୍କନ, ରଚନା, ଦୌଡ଼କୁଦ, ଲମ୍ବଡିଆଁ, ଭଲିବଲ, ହକି ପ୍ରମୁଖ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରତି ଯୋଗିତାରେ ବିଜୟୀ ପ୍ରତିଯୋଗୀଙ୍କୁ ଟ୍ରଫି ଓ ପ୍ରଣାମପତ୍ର ପ୍ରଦାନ କରାଯାଇଥିଲା । ବୈଠକରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ସ୍ୱାଗତ ଭାଷଣ ଦେଇଥିବାବେଳେ ଆଶା ରାମ ହସଦା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories