www.samajalive.in
Sunday, December 7, 2025
26.1 C
Bhubaneswar

ମାଲକାନଗିରିରେ ୩ଦିନରେ ୨ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି: ଅସୁସ୍ଥତା କାରଣରୁ ୩ ଦିନରେ ୨ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ କୋଲାଗୋଣ୍ଡା ଆଶ୍ରମ ବିଦ୍ୟାଳୟର ୨ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଛାତ୍ର ଦ୍ୱୟ ସପ୍ତମ ଓ ଅଷ୍ଟମ ଶ୍ରେଣୀର ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଗତ କିଛି ଦିନ ହେବ ସେମାନଙ୍କ ସ୍ୱାସ୍ଥାବସ୍ଥା ଖରାପ ରହିଥିଲା । ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେମାନଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏବେ ବି କୋଲାଗୋଣ୍ଡା ଆଶ୍ରମ ବିଦ୍ୟାଳୟର ଆଉ ୧୨ଜଣ ପିଲାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ସେମାନଙ୍କୁ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ପିଲା ମାନଙ୍କୁ ଥଣ୍ଡା ଜ୍ୱର ହୋଇଥିବା ସୂଚନା ମିଳିଛି । ଏଥି ସହିତ ଚିକିତ୍ସା ଅବହେଳା ଯୋଗୁ ଛାତ୍ର ୨ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories