www.samajalive.in
Friday, December 5, 2025
20.1 C
Bhubaneswar

ରାଜଧାନୀରେ ବୀଭତ୍ସ ହତ୍ୟା; ସାଙ୍ଗକୁ ହାଣିଲେ ୨ ସାଙ୍ଗ

ଭୁବନେଶ୍ୱର​: ରାଜଧାନୀ ଭୁବନେଶ୍ୱରରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଭୁବନେଶ୍ୱରର ରୁପାଲି ଛକରେ ଜଣେ ସାଙ୍ଗକୁ ଅନ୍ୟ ୨ଜଣ ସାଙ୍ଗ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ମୁତାବକ ରୁପାଲି ଛକରେ ସାଙ୍ଗମାନେ ବଶି ନିଶା ଖାଇବା ପରେ ଏପରି ହତ୍ୟାକାଣ୍ଡ ଘଟାଇଛନ୍ତି । କୌଣସି ଏକ କାରଣକୁ ନେଇ ସେମାନଙ୍କ ମଧ୍ୟରେ ବଚସା ହେବା ପରେ ୨ଜଣ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ମାରଣାଅସ୍ତ୍ରରେ ହତ୍ୟା କରିଛି । ଏନେଇ ପୁଲିସ ଖବର ପାଇବା ପରେ ମୃତଦେହକୁ ଜବତ କରିବା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି । ହତ୍ୟାକାଣ୍ଡକୁ ନେଇ ଅଭିଯୁକ୍ତ ମାନଙ୍କୁ ପୁଲିସ ପଚରାଉଚରା କରୁଛି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories