www.samajalive.in
Sunday, December 7, 2025
26.1 C
Bhubaneswar

ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଦ୍ୱାରା ଉପକାରାଗାରରେ ଖେଳୋପକରଣ ବଣ୍ଟନ

ଜି ଉଦୟଗିରି : ସ୍ବାଧୀନତା ଦିବସ ଓ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ଫଳ, ପାଉଁରୁଟି ଓ ଉପ କାରାଗାରରେ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଉଥିଲା। କିନ୍ତୁ କୋଭିଡ କଟକଣା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଉକ୍ତ କାର୍ଯ୍ୟକୁ ସ୍ଥଗିତ କରାଯାଇଥିବା ବେଳେ ଚଳିତ ବର୍ଷ ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ଏ କାର୍ଯ୍ୟକ୍ରମ ହାତକୁ ନେଇ ନିଜେ ରୋଗୀଙ୍କୁ ଫଳ, ପାଉଁରୁଟି ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ଅନ୍ତେବାସୀଙ୍କ ସୁବିଧା ଓ ଆବଶ୍ୟକ ସମ୍ପର୍କରେ ପଚାରି ବୁଝିଥିଲେ। ଉପକାରାଗାର ଅନ୍ତେବାସୀଙ୍କ ଅନୁରୋଧକ୍ରମେ ଆଜି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ ସେମାନଙ୍କୁ ବିଭିନ୍ନ ଖେଳ ଉପକରଣ ଯେପରିକି, ନେଟ, ବଲ, କ୍ୟାରମ୍, ଗୋଟି ଆଦି ପ୍ରଦାନ କରିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories