www.samajalive.in
Sunday, December 7, 2025
23.1 C
Bhubaneswar

ରିହାତି ଦରରେ ଡାଲି ଯୋଗାଇ ଦେବେ କେନ୍ଦ୍ର ସରକାର

ଡେସ୍କ: କେନ୍ଦ୍ର ସରକାର ରିହାତି ଦରରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ଚଣା ଡାଲି ଯୋଗାଇ ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ମୂଲ୍ୟ ସମର୍ଥନ ଯୋଜନା ଏବଂ ମୂଲ୍ୟ ସ୍ଥିରତା ପାଣ୍ଠି ଅଧୀନରେ କିଣାଯାଇଥିବା ଡାଲି ଷ୍ଟକରୁ କେନ୍ଦ୍ର ସରକାର ଏହି ଚଣା ରାଜ୍ୟମାନଙ୍କୁ ଯୋଗାଇ ଦେବେ। ଏହି ଡାଲିକୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରମାନେ ବିଭିନ୍ନ କଲ୍ୟାଣମୂଳକ ଯୋଜନାରେ ଉପଯୋଗ କରିବେ। ଅନ୍ୟପଟେ ବିରି, ହରଡ଼ ଓ ମସୁର ଡାଲି ପାଇଁ ମୂଲ୍ୟ ସମର୍ଥନ ଯୋଜନା ଅଧୀନରେ ଗୁଣବତ୍ତା କ୍ରୟ ସୀମାକୁ ୨୫%ରୁ ୪୦%କୁ ବୃଦ୍ଧି ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି।

ଏହି ଯୋଜନାରେ, କିଲୋ ପ୍ରତି ୮ଟଙ୍କା ରିହାତିରେ ୧୫ ଲକ୍ଷ ମେଟ୍ରିକ୍‌ ଟନ୍‌ ଚଣା ଯୋଗାଇ ଦେବା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ପ୍ରସ୍ତାବ ଦିଆଯାଇଛି। ପ୍ରଥମେ ଅନୁରୋଧ ଆସିଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଙ୍କୁ ପ୍ରଥମେ ଏହି ଯୋଜନାର ସୁବିଧା ମିଳିପାରିବ। ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରଗୁଡିକ ସେମାନଙ୍କର ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମ/ଯୋଜନା ମଧ୍ୟାହ୍ନ ଭୋଜନ, ସାଧାରଣ ବଣ୍ଟନ ବ୍ୟବସ୍ଥା, ସମନ୍ବିତ ଶିଶୁ ବିକାଶ କାର୍ଯ୍ୟକ୍ରମ (ଆଇସିଡିପି) ଆଦିରେ ଏହିସବୁ ଡାଲିକୁ ନିଜ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ଉପଯୋଗ କରିବେ। ୧୨ ମାସର ଏକକାଳୀନ ବିତରଣ ଅବଧି କିମ୍ବା ୧୫ ଲକ୍ଷ ମେଟ୍ରିକ ଟନ୍‌ ଚଣା ଷ୍ଟକ୍‌ ସରିବା ପର୍ଯ୍ୟନ୍ତ, ଯାହା ପ୍ରଥମେ ହେବ ସେହି ସୀମା ଅନୁଯାୟୀ ଏହି ସୁବିଧା ଉପଲବ୍ଧ ରହିବ। ଏଥିପାଇଁ କେନ୍ଦ୍ର ସରକାର ୧୨୦୦ କୋଟି ଟଙ୍କା ଖର୍ଚ୍ଚ କରିବେ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories