www.samajalive.in
Sunday, December 14, 2025
15.1 C
Bhubaneswar

ପିପିଲି ଏନ୍‍ଏସି ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ପିପିଲି:ପିପିଲି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‍ଏସି)ର ୫୦ବର୍ଷ ପୂର୍ତ୍ତି ଅବସରରେ ବୁଧବାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଶିକ୍ଷା, କଳା, ସ୍ୱାସ୍ଥ୍ୟ, ସମାଜସେବା, କ୍ରୀଡା ଆଦି କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କ ସମେତ ଅଞ୍ଚଳର ବରିଷ୍ଠ ସାମ୍ବାଦିକ, ବରିଷ୍ଠ ନାଗରିକ, କାଉନସିଲର, ପୂର୍ବତନ କାଉନ୍‍ସିଲରଙ୍କୁ ସଂବର୍ଦ୍ଧିତ କରାଯାଇଥିଲା ।

ବୁଧବାର ସକାଳେ ପିପିଲି ପୌରାଞ୍ଚଳର ବିଭିନ୍ନ ସାହି, ବସ୍ତି ଆଦି ସ୍ଥାନରେ ସଫେଇ କାର୍ଯ୍ୟ କରାଯାଇଥିଲା । ପରେ ଅତିଥି ଭବନ ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ପରେ ଏନ୍‍ଏସି କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା । ଏହି ଅବସରରେ ପିପିଲି ପୌରାଧ୍ୟକ୍ଷ ସେକ୍‍ ବାବୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବ୍ଲକଛକ ସ୍ଥିତ କ୍ରୀର୍ଷ୍ଣା ଗାର୍ଡେନ ଠାରେ ଅନୁଷ୍ଠିତ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଅତିଥି ଭାବେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ଥାନୀୟ ବିଧାୟକ ରୁଦ୍ରପ୍ରତାପ ମହାରଥୀ ଯୋଗଦେଇ ପିପିଲି ଏନ୍‍ଏସିର ବିକାଶ ସଂପର୍କରେ ଆଲୋକପାତ କରିଥିଲେ । ଏଥିସହ ପିପିଲି ଏନ୍‍ଏସିରେ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନା ସଂପର୍କରେ ଶ୍ରୀମହାରଥୀ ସୂଚନା ଦେବା ସହ ପୌରାଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ପୂଜା ରାଉତ ସୁବର୍ଣ୍ଣ ଜୟନ୍ତୀ ବିବରଣୀ ପାଠ କରିବା ସହ ପିପିଲି ପୌରାଞ୍ଚଳର ବିକାଶ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୌର ଉପାଧ୍ୟକ୍ଷା ଭାଗ୍ୟବତୀ ମହାରଣା, ସାଂସଦ ପ୍ରତିନିଧି ସେକ୍‍ ଆବିଦ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ ।

- Advertisement -

ଏହି ଅବସରରେ ପିପିଲି ପୌର ପରିଷଦର ଅର୍ଦ୍ଧ ଶତାଦ୍ଦୀର ବିହଙ୍ଗାବଲୋକନ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ । ଶେଷରେ ବରିଷ୍ଠ ସମାଜସେବୀ ଶରତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପ୍ରାଚୀ ସଙ୍ଗିତ ବିଦ୍ୟାଳୟର କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories