www.samajalive.in
Sunday, December 7, 2025
15.1 C
Bhubaneswar

ବଲାଙ୍ଗୀର ଓ ଝାରସୁଗୁଡ଼ା ଜିଲାରେ ‘ଅହିଂସା ରଥ’, ବିଭିନ୍ନ ସ୍ଥାନରେ ଭବ୍ୟ ସ୍ୱାଗତ-ସମ୍ବର୍ଦ୍ଧନା

ଭୁବନେଶ୍ୱର: ସ୍ୱାଧୀନତାର ସଂଦେଶ ତଥା ମହାତ୍ମା ଗାନ୍ଧୀଙ୍କ ସତ୍ୟ, ଶାନ୍ତି ଓ ଅହିଂସା ମହାମନ୍ତ୍ରରେ ରାଜ୍ୟବାସୀଙ୍କୁ ଉଦ୍‌ବୁଦ୍ଧ କରିବା ଉଦ୍ଦେଶ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରାୟୋଜିତ ‘ଅହିଂସା ରଥ’ ଆଜି ବଲାଙ୍ଗୀର ଓ ଝାରସୁଗୁଡ଼ା ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଛି।
ଝାରସୁଗୁଡ଼ା ଜିଲା କାର୍ଯ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ପତାକା ଦେଖାଇ ଅହିଂସା ରଥର ଜିଲା ପରିଭ୍ରମଣର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ ସରୋଜ କୁମାର ସାମଲ ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ସରବାହାଲ ଉଚ୍ଚବିଦ୍ୟାଳୟଠାରେ ଏବଂ କୋଲାବିରା ବ୍ଲକ, ଝାରସୁଗୁଡ଼ାଠାରେ ଅହିଂସା ରଥକୁ ଛାତ୍ରଛାତ୍ରୀ ଏବଂ ଜନସାଧାରଣଙ୍କ ଦ୍ୱାରା ଭବ୍ୟ ସ୍ୱାଗତ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କ ହାତରେ ଜାତୀୟ ପତାକା ଶୋଭା ପାଇବା ସହ ଦେଶାତ୍ମବୋଧକ ସଂଗୀତ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଝାରସୁଗୁଡ଼ାର କୋଲାବିରା ବ୍ଲକ୍‌, ଲାଇକେରା ବ୍ଲକ୍‌, ତାଳପଟିିଆଠାରେ ଅହିଂସା ରଥକୁ ସ୍ୱାଗତ କରାଯାଇଥିଲା।
ଅନୁରୂପ ଭାବରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ର ମାଲପରା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ପାଟଣାଗଡ଼ ବିଧାୟକ ଅହିଂସା ରଥକୁ ସ୍ୱାଗତ ଜଣାଇଥିଲେ। ସର୍ବତ୍ର ଛାତ୍ରଛାତ୍ରୀ, ଜନସାଧାରଣ ଏବଂ ସ୍ଥାନୀୟ ଗଣମାନ୍ୟ ବ୍ୟକ୍ତିମାନେ ଉପସ୍ଥିତ ରହି ଅହିଂସା ରଥକୁ ସ୍ୱାଗତ କରିଥିବାବେଳେ ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ବିଭିନ୍ନ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଗାନ୍ଧିଜୀଙ୍କ ସତ୍ୟ ଓ ଅହିଂସାର ବାଣୀ ଆଧାରିତ ଏକ ଭିଡ଼ିଓ ଫିଲ୍ମ ପ୍ରଦର୍ଶିତ ହୋଇଥିଲା। ସ୍ୱାଧୀନତା ସଂଗ୍ରାମୀମାନଙ୍କ ଉପରେ ପର୍ଯ୍ୟବେଷିତ କ୍ଷୁଦ୍ର ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ମଧ୍ୟ ପ୍ରଦର୍ଶିତ ହୋଇଥିଲା। ସେହିପରି ମୁରିବାହାଲ ବ୍ଲକ୍‌ଠାରେ ଜିଲା ପରିଷଦ ଉପସଭାପତି ମିଥାଲି ମାଝୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ହରିବନ୍ଧୁ ମେହେର, ଉପାଧ୍ୟକ୍ଷ ଯାଜ୍ଞସେନୀ ହାତୀ, ବିଡ଼ିଓ, ତହସିଲଦାର, ପଞ୍ଚାୟତିରାଜ ସଭ୍ୟ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ଆଙ୍ଗନବାଡ଼ି କର୍ମୀ ଏବଂ ବିପୁଳ ସଂଖ୍ୟାରେ ଗ୍ରାମବାସୀମାନେ ଉପସ୍ଥିତ ଥିଲେ। ଟୁରେକେଲା ବ୍ଲକ୍‌ ଅଫିସ, ବେଲପରା ବ୍ଲକ୍‌, କୋଲାବିରା ବ୍ଲକ୍‌ଠାରେ ମଧ୍ୟ ଅହିଂସା ରଥକୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ ଅହିଂସା ରଥ ଦ୍ୱାରା ପ୍ରସାରିତ ଭିଡ଼ିଓ ବାର୍ତ୍ତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ ଅନୁପ୍ରାଣିତ କରୁଛି। ଏହି ରଥ ଅକେଫାବର ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପରିଭ୍ରମଣ କରିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories