ଗୁରୁବାର ରାଶିଫଳ (୦୧/୦୯/୨୦୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Sep 1, 2022 Share ମେଷ : ବ୍ୟବସାୟ ଲାଭଜନକ ହେବ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ଧୈର୍ଯ୍ୟବାନ୍ ହେବେ। ଅସୁସ୍ଥ ପତ୍ନୀଙ୍କ ବିରାଗଭାଜନ ହୋଇପାରନ୍ତି। ଅହଂଭାବକୁ ବିସର୍ଜନ ଦେଇ ଆଶ୍ବସ୍ତ ହେବେ। ବୃଷ : ବାହ୍ୟ ଖର୍ଚ୍ଚ ନିୟନ୍ତ୍ରଣାଧୀନ ହେବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳରେ ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ମିଥୁନ : କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ। କର୍କଟ : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ। ସିଂହ : ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁର ଭାଷୀ ହେବେ। ଥଣ୍ଡାକଫ ରୋଗରେ ପୀଡ଼ିତ ହୋଇପାରନ୍ତି। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ। କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ବିବିଧ ଉପାୟରେ ଧନ ଅର୍ଜନ କରିବେ। Related Posts ବିଶ୍ବର ପ୍ରଥମ ରୋବୋଟିକ୍ ହାତ ନିର୍ମାଣ କଲା… Jan 13, 2025 ପାରାଦ୍ବୀପରେ ହେବ ଜାହାଜ ଭଙ୍ଗା କେନ୍ଦ୍ର Jan 13, 2025 ତୁଳା : ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ। ବିଛା : କର୍ମଚଞ୍ଚଳ ରହିବେ। ଥଣ୍ଡାଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଓ ପ୍ରେମପୂର୍ଣ୍ଣ ବ୍ୟବହାର ମହାନତାର ପରିଚୟ ସୃଷ୍ଟି କରିବେ। ଧର୍ମ ମାର୍ଗରେ ଧନ ବ୍ୟୟ କରିବେ। ଧନୁ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅନୁଦାନ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ମକର : କୁଳ ଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ସରକାରଙ୍କ କୃପାପାତ୍ର ହେବେ। ପରିବାର ପ୍ରତି ସ୍ନେହ ଭାବ ରହିବ। କୁମ୍ଭ : ଭାଗ୍ୟଶାଳୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାନଶୀଳ ଭାବେ ଭୋକିଲାଙ୍କ ଜଠରାଗ୍ନିକୁ ନିର୍ବାପିତ କରିପାରନ୍ତି। ମୀନ : ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ କିଛିଟା ଲାଭ ମିଳିପାରେ। ଥଣ୍ଡାକଫରେ ପୀଡ଼ିତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଶୁଭକାର୍ଯ୍ୟ ସ୍ଥଗିତ ରଖିବେ। Share FacebookTwitterWhatsApp
Comments are closed.