www.samajalive.in
Sunday, December 7, 2025
13.1 C
Bhubaneswar

ଶନିଙ୍କ କୃପା ପ୍ରାପ୍ତି ପାଇଁ ସର୍ବଦା ମାତାପିତାଙ୍କ ସମ୍ମାନ ଓ ସେବା କରନ୍ତୁ

ଶନିବାର ଦିନଟି ପ୍ରଭୁ ଶନିଙ୍କୁ ସମର୍ପିତ । ଧାର୍ମିକ ମାନ୍ୟତା ଅନୁଯାୟୀ, ଯେଉଁ ମାନଙ୍କ ଉପରେ ଶନି ଦେବଙ୍କ କୃପା ରହିଥାଏ ତାଙ୍କ ଜୀବନରେ ସର୍ବଦା ସୁଖ ଓ ଆନନ୍ଦର ବାତାବରଣ ରହିଥାଏ। ଶନିଙ୍କ କୃପା ପ୍ରାପ୍ତି ପାଇଁ ଏହି ଉପାୟ ପ୍ରତି ଧ୍ୟାନ ଦିଅନ୍ତୁ ..
ଶନିବାର ଦିନ ଯେକୌଣସି ଲୁହା ବାସନରେ ସୋରିଷ ତେଲ ଭର୍ତ୍ତି କରି ନିଜ ମୁହଁ ସେଥିରେ ଦେଖନ୍ତୁ। ଏହାପରେ ସେହି ବାସନ ସହ ତେଲକୁ ଯେକୌଣସି ଅସହାୟଙ୍କୁ ଦାନ କରନ୍ତୁ। ଦାନ ଗ୍ରହଣ କରୁଥିବା ବ୍ୟକ୍ତି ବୟସରେ ବଡ଼ ହୋଇଥିଲେ ଖୁବ ଉତ୍ତମ।
ପ୍ରତ୍ୟେକ ଦିନ ୧୦୮ ଥର ଶନିଦେବଙ୍କ ସରଳ ମନ୍ତ୍ରକୁ ଜପ କରନ୍ତୁ।
ଘରର ବଗିଚାରେ ଶମି ବୃକ୍ଷ ଲଗାନ୍ତୁ ଓ ପୂଜା କରନ୍ତୁ। ଏହା ଘରର ବାସ୍ତୁଦୋଷ ଦୂର କରିବା ସହ ଶନିଙ୍କ କୃପା ମଧ୍ୟ ପ୍ରାପ୍ତି ହୋଇଥାଏ।
ଶନିଦେବଙ୍କ କୃପା ପ୍ରାପ୍ତି ପାଇଁ ନିଜ ମାତାପିତାଙ୍କ ସର୍ବଦା ସମ୍ମାନ ଓ ସେବା କରନ୍ତୁ।
ଶନିବାର ଦିନ କଳା କିମ୍ବା ନୀଳ ରଙ୍ଗ ବସ୍ତ୍ର ଧାରଣ କରନ୍ତୁ ଓ ଅସହାୟଙ୍କୁ ଖାଦ୍ୟ ଓ ବସ୍ତ୍ର ଦାନ କରନ୍ତୁ।
ଶନିଦେବଙ୍କ ଯେକୌଣସି ମନ୍ଦିରକୁ ଯାଇ ପ୍ରଭୁଙ୍କ ନିକଟରେ ତେଲାଭିଷେକ କରନ୍ତୁ।
ଶନିଦେବଙ୍କ ବିଶେଷ କୃପା ପ୍ରାପ୍ତି ପାଇଁ ନିୟମିତ ସକାଳେ ଓ ସନ୍ଧ୍ୟାରେ ନିୟମିତ ପ୍ରଭୁ ହନୁମାନଙ୍କୁ ପୂଜା କରିବା ସହ ହନୁମାନ ଚାଲିସା ପାଠ କରନ୍ତୁ। ଏପରି କରିବା ଦ୍ୱାରା ମଙ୍ଗଳ ଓ ଶନି ଶାନ୍ତ ରୁହନ୍ତି ଓ ଭଗବାନଙ୍କ ବିଶେଷ କୃପା ମିଳେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories