www.samajalive.in
Saturday, December 6, 2025
23.1 C
Bhubaneswar

ବିଚାରପତି ସୁବାସ ବିହାରୀଙ୍କ ମୃତ୍ୟୁ ଘଟଣା ; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କଟକ :  କଟକ ସ୍ବତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ ନେଇଛି। ବିଚାରପତିଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ ବରଂ ହତ୍ୟା ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ସୁବାସଙ୍କ ମାଆ,ଭିଣୋଇ ଏବଂ ସମ୍ପର୍କୀୟଙ୍କ ପକ୍ଷରୁ ଏନେଇ ଅଭିଯୋଗ ହୋଇଛି। ସୁବାସଙ୍କୁ ତାଙ୍କ ପତ୍ନୀ ଓ ଶଳା ହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି। ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ବୋଲି ପରିବାର ପକ୍ଷରୁ କୁହାଯାଇଛି। ଏନେଇ ସେମାନେ ମର୍କତନଗର ଥାନାରେ ଏତଲା ଦେବେ।
ମୋ ପୁଅକୁ ମାରି ଦେଇଛନ୍ତି ବୋଲି ସୁବାସଙ୍କ ମାଆଙ୍କ ଅଭିଯୋଗ କରିଥିବା ବେଳେ ପୁଅକୁ ଛାଡୁ ନଥିଲେ କିମ୍ବା ମୋ ସହ କଥାବାର୍ତ୍ତା କରାଇ ଦେଉଥିଲେ ବୋଲି ମଧ୍ୟ କହିଛନ୍ତି। ବୋହୂ ଏବଂ ତାଙ୍କ ଭାଇ ମାରି ଦେଇଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।
ଏହାସହ ସୁବାସଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପିଉସୀଙ୍କ ପୁଅ ,ସମ୍ପର୍କୀୟ ଓ ଭିଣୋଇ ମଧ୍ୟ ଅଭିଯୋଗ କରିଛନ୍ତି। ମୃତଦେହରେ ଆଘାତ ଚିହ୍ନ ଥିଲା, ଆମକୁ ମୃତଦେହ ଦେଖାଇ ଦେଲେ ନାହିଁ ବୋଲି କହିବା ସହ ଘଟଣାର ସିବିଆଇ ତଦନ୍ତ ହେଉ ବୋଲି କହିଛନ୍ତି।
ସୂଚନା ଯୋଗ୍ୟ, କଟକ ସ୍ବତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଗତକାଲି  ସିଡିଏ ସେକ୍ଟର-୯ ସ୍ଥିତ ସରକାରୀ ବାସଭବନରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଥିଲା ସିଡିଏର ଏକ ଘରୋଇ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories