ସାପ୍ତାହିକ ରାଶିଫଳ (୦୪-୧୦ ସେପ୍ଟେମ୍ବର ୨୦୨୨)

ମେଷ : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ଆୟବୃଦ୍ଧି ହେବ। ବୁଧବାର ଓ ଗୁରୁବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ସମସ୍ୟା ସମାଧାନରେ ବ୍ରତୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।

ବୃଷ : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାବଧାନତା ଅବଲମ୍ବନ କରନ୍ତୁ। ଅସୁସ୍ଥତା ଦେଖାଦେଇପାରେ। ବୁଧବାର ଓ ଗୁରୁବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ଶୁକ୍ରବାର ଓ ଶନିବାର ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।

ମିଥୁନ : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରମ୍ପରାବାଦୀ ହେବେ। ଶୁଭ ଖବର ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ମାନସିକ ଅବସାଦ ଦେଖାଦେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।

କର୍କଟ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ। ବୁଧବାର ଓ ଗୁରୁବାର ପ୍ରେମରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ପଡ଼ୋଶୀଙ୍କ ସହିତ ମନାନ୍ତର ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।

ସିଂହ : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯେଉଁ ପରି କର୍ମ କରିବେ ସେ ପ୍ରକାର ଫଳ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଶତ୍ରୁକୁ ପରାସ୍ତ କରିବେ। ଶୁକ୍ରବାର ଓ ଶନିବାର ନୂତନ ବ୍ୟବସାୟ ଆରମ୍ଭ କରିବେ। ମହିଳା ଓ ବିଦ୍ୟାର୍ଥୀ ଆତ୍ମସନ୍ତୋଷ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।

କନ୍ୟା : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଏତେଟା ଶୁଭଫଳ ପ୍ରଦାନ କରିବ ନାହିଁ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ସଫଳତା ପାଇବେ। ସ୍ତ୍ରୀ ହେତୁକ ଧନ ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ଶତ୍ରୁ ଉପରେ ବିଜୟ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀନାରାୟଣ କବଚ ପାଠ କରନ୍ତୁ।

prayash

ତୁଳା : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଧୁ ସହଯୋଗ ଲାଭ କରିବେ। ବୁଝି ବିଚାରି କାର୍ଯ୍ୟ କଲେ ବିପଦକୁ ଏଡ଼ାଇ ଯିବେ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ବିଘ୍ନ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ସନ୍ତାନର କୃତିତ୍ବରେ ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ଆରାଧନା କରନ୍ତୁ।

ବିଛା : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ବନ୍ଧନଯୋଗ ସୃଷ୍ଟି ହେବ। ଶତ୍ରୁ ଦ୍ବାରା କାର୍ଯ୍ୟ କରି ସଫଳତା ପାଇବେ। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ଶୁକ୍ରବାର ଓ ଶନିବାର ଋଣଗ୍ରସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ପାଠ କରନ୍ତୁ।

ଧନୁ : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସଫଳତା ଲାଭ କରିବେ। ବୁଧବାର ଓ ଗୁରୁବାର ସମ୍ବେଦନଶୀଳ ହେବେ। ଶୁକ୍ରବାର ଓ ଶନିବାର ଉଦ୍ୟମେ ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ପାଇବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ।

ମକର : ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ସଫଳତା ମିଳିବ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ଅସହଯୋଗ ସାମନା କରିବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମୋନାରାୟଣାୟ ମନ୍ତ୍ର ଜପ କରି ବସ୍ତ୍ରଦାନ କରନ୍ତୁ।

କୁମ୍ଭ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିଛି। ନୂତନ ଜମି କ୍ରୟ କରିପାରନ୍ତି। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଦ୍ରବ୍ୟ ଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ଯଶ, ମାନ, ଗୌରବ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କୁ ମନ୍ତ୍ର ପାଠ କରନ୍ତୁ।

ମୀନ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସଫଳତା ଲାଭ କରିବେ। ପଦୋନ୍ନତି ମିଳିପାରେ। ବୁଧବାର ଓ ଗୁରୁବାର ବାଙ୍‌ମୟ ପ୍ରତିଭାର ବିକାଶ ଘଟିବ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତର ଶିକାର ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ।

kalyan agarbati

Comments are closed.